ଧାନ କିଣାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା

ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ ଓ ତ୍ୱରାନ୍ୱିତ କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ କହିଥିଲେ ଯେ, ଯେଉଁ ଜିଲ୍ଲାର ମଣ୍ଡିଗୁଡିକରେ କୌଣସି କାରଣ ବଶତଃ ଧାନ ସଂଗ୍ରହ ହୋଇପାରୁନାହିଁ, ସେହି କ୍ଷେତ୍ରରେ ନିକଟତମ ଜିଲ୍ଲାର ମଣ୍ଡିରେ ଚାଷୀମାନେ ନିଜର ଧାନକୁ ବିକ୍ରି କରିପାରିବେ ।

ସଂଗୃହିତ ଧାନର ଅନଲାଇନ ପଞ୍ଜୀକରଣ ହେବ ଆବଶ୍ୟକ । ଧାନ ନେଇ ଯାଉଥିବା ଗାଡି ଗୁଡିକର ଜିପିଏସ ଟ୍ରାକିଂ କରାଯିବ । ଯେପରିକି ଏଥିରେ କୌଣସି ଟାମ୍ପରିଂନ ହେବ । ମିଲରମାନଙ୍କ ତରଫରୁ ଚାଷୀଙ୍କୁ ଝୋଟ ବସ୍ତା ଓ ସୁତୁଲି ଯୋଗାଇଦିଆଯିବ । ଗଚ୍ଛିତ ଫସଲର ସୁରକ୍ଷା ପାଇଁ ୫୮ଟି ଶୀତଳ ଭଣ୍ଡାର ରାଜ୍ୟରେ ଖୁବ ଶୀଘ୍ର ଖୋଲାଯିବ । ରାଜ୍ୟର ଚାଷୀମାନେ କେବଳ ଗୋଟିଏ ଫସଲ ଉପରେ ନିର୍ଭର ନ କରି ଏକାଧିକ ଫସଲ ଜୈବିକ ଉପାୟରେ କରିବା ପାଇଁ ମନ୍ତ୍ରୀ ଶ୍ରୀ ସିଂହଦେଓ ଗୁରୁତ୍ୱ ଦେଇଛନ୍ତି ।

ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏଗ୍ରି ଷ୍ଟାକ (AGRI STACK) ଆପ ସୃଷ୍ଟି କରାଯାଇଛି । ଏଥିରେ ଚାଷୀ ଓ ଚାଷ ଜମିର ପଞ୍ଜୀକରଣ ତଥ୍ୟ ସମସ୍ତଙ୍କ ପାଇଁ ଉପଲବ୍ଧ ହେବ । ଜମିପଟ୍ଟା (RoR) ଥିବା ସମସ୍ତ ଚାଷଜମିର ମାଲିକ ଏଥିରେ ପଞ୍ଜୀକରଣ କରିପାରିବେ । ସରକାରଙ୍କ ତରଫରୁ ଡିଜିଟାଲ ଫସଲ ସର୍ବେକ୍ଷଣ ଦ୍ଵାରା ମଧ୍ୟ ଚାଷୀଙ୍କ ତଥ୍ୟ ସଂଗ୍ରହ କରାଯାଇ ଏଥିରେ ଉପଲବ୍ଧ କରାଯିବ ।

ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଧାନ ସଂଗ୍ରହ ବେଳେ କଟନୀ-ଛଟନୀରେ ପୂର୍ଣ୍ଣଚ୍ଛେଦ ଟାଣିବା ପାଇଁ ଦୃଢ ତଦାରଖ ବ୍ୟବସ୍ଥା ଗ୍ରହଣ କରିବାକୁ ଗୁରୁତ୍ଵାରୋପ କରିଥିଲେ । ମନ୍ତ୍ରୀ ସାମନ୍ତ କହିଥିଲେ ଯେ , ଧାନ ସଂଗ୍ରହ କେନ୍ଦ୍ରର ଭିତ୍ତିଭୂମିରେ ବ୍ୟାପକ ରୂପାନ୍ତର ଆସିବ । ଶତପ୍ରତିଶତ ସିସିଟିଭି ତଦାରଖ ବ୍ୟବସ୍ଥା ସହ ସ୍ଵଚ୍ଛ ପାନୀୟ ଜଳ, ଶୌଚାଳୟ, ଆବଶ୍ୟକୀୟ ଆଲୋକ, ପିଣ୍ଡି ଉପରେ ଛାତ, ବିଶ୍ରାମ ଗୃହ ଆଦି ମୌଳିକ ସୁବିଧା ସୁନିଶ୍ଚିତ କରାଯିବ । କୃତ୍ରିମ ବୁଦ୍ଧିମତାର ପ୍ରୟୋଗରେ ସ୍ଵୟଂ ଚାଳିତ ଯନ୍ତ୍ର ମାଧ୍ୟମରେ ଧାନର ଓଜନ କରାଯିବ । ଫଳରେ ଚାଷୀ ତାର ଉପଯୁକ୍ତ ପାଉଣା ପାଇବ ବୋଲି ମନ୍ତ୍ରୀ କହିଥିଲେ ।

ଚାଷୀମାନଙ୍କ ମଙ୍ଗଳତଥା ସହଜ ଓ ସୁବିଧାରେ ଧାନ ସଂଗ୍ରହ ପାଇଁ ସମବାୟ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବ୍ୟାପକ ପଦକ୍ଷେପ ସମ୍ପର୍କରେ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ତଥ୍ୟ ଉପସ୍ଥାପନ କରିଥିଲେ । ଜଣେ ନୋଡାଲ ଅଧିକାରୀ ଓ ସୁପରଭାଜରଙ୍କପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପ୍ରତ୍ୟେକମଣ୍ଡି ପରିଚାଳିତ ହେବ । ଚାଷୀଙ୍କୁ ତାଙ୍କର ପ୍ରାପ୍ୟ ମୂଲ୍ୟ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କାରୁ ବଞ୍ଚିତ କରୁଥିବାମିଲର, ଦଲାଲ କିମ୍ବା ମଧ୍ୟସ୍ଥିଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସଂଗୃହିତ ଧାନର ସଂରକ୍ଷଣ ପାଇଁ ଆବଶ୍ୟକୀୟ ଗୋଦାମ ଗୃହ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ଷୁଦ୍ର, ମଧ୍ୟମ ଓ ବୃହତ ବର୍ଗରେ ରାଜ୍ୟରେ ସର୍ବମୋଟ ୪୦୦୬ଟି ମଣ୍ଡିରେଖରିଫ ଋତୁ ପାଇଁ ଧାନ ସଂଗ୍ରହ କରାଯିବ ।

ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଜିଲାପାଳ ସମ୍ମିଳନୀକୁ ସମ୍ବୋଧିତ କରି ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରାଖି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି କରିଥିଲେ । ମନ୍ତ୍ରୀ ପାତ୍ର ଆହୁରି ମଧ୍ୟ କହିଲେ ଯେ , ଆସନ୍ତା ଦୁଇ ମାସ ମଧ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ । ଧାନ କିଣା ପ୍ରକ୍ରିୟାରେ କୌଣସି ମଧ୍ୟସ୍ଥି କିମ୍ବା କଟଣି-ଛଟଣୀକୁ ବରଦାସ୍ତ କରାଯିବ ନାହିଁ ବୋଲି ମନ୍ତ୍ରୀ ମଧ୍ୟ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଚାଷୀ ମାନଙ୍କ ଠାରୁ ଏଫଏକ୍ୟୁ ଧାନ କ୍ୱିଣ୍ଟାଲ ପିଛା ୩୧ ଶହ ଟଙ୍କାରେ ସଂଗ୍ରହ କରିବା ସହ ସେମାନଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ମାଧ୍ୟମରେ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଏଥିପ୍ରତି ଜିଲ୍ଲାପାଳ ମାନେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସେ ପରାମର୍ଶ ଦେଇଥିଲେ । ନୂତନ ଭାବେ ଆବେଦନ କରିଥିବା ମିଲର ମାନଙ୍କୁ ପ୍ରୋତ୍ସାହିତ କରିବା ସହ ମଣ୍ଡିକୁ ଆସୁଥିବା ପ୍ରତ୍ୟେକ ଚାଷୀ ଯେପରି ସୁଖଦ ଅନୁଭବ ନେଇ ଯିବେ ଏଥିପ୍ରତି ଯତ୍ନବାନ ହେବାକୁ ମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ କହିଥିଲେ । ଆବଶ୍ୟକସ୍ଥଳେ ବଳକା ଧାନକୁ ମୁକ୍ତ ବିକ୍ରୟ ପ୍ରକ୍ରିୟା ମାଧ୍ୟମରେ ବଜାରରେ ବିକ୍ରୟ କରିବା ନେଇ ପାତ୍ର ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?