‘ସୁଭଦ୍ରା ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଭାଗ ପ୍ରସ୍ତୁତ, ଆଗାମୀ ୧୦୦ ଦିନରେ…

ଭୁବନେଶ୍ୱର,୨୩।୬: ‘ସୁଭଦ୍ରା ଯୋଜନା’କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ତେବେ ଯୋଜନା ଉପରେ କ୍ୟାବିନେଟ୍‌ ମୋହର ବାଜିଥିବା ବେଳେ ଏବେ ଡ୍ରାଫ୍ଟିଂ ଷ୍ଟେଜରେ ଅଛି। ଆସନ୍ତା ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବେ ଲଞ୍ଚ ହେବ ବୋଲି ସେ କହିଛନ୍ତି।

ଏହାଛଡ଼ା ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ଯୋଜନାକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ଲାଗି ପ୍ରସ୍ତୁତ ରହିଛି। ଏହି ଯୋଜନା ଲାଗି ଆବଶ୍ୟକୀୟ ବଜେଟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ସେ ମଧ୍ୟ କହିଛନ୍ତି।

ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ମା’ ନାଁ ରେ ଗଛଟିଏ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଲାଗି ସାଢ଼େ ଚାରି କୋଟି ଗଛ ଲଗାଇବାକୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ଲକ୍ଷ୍ୟ। ପ୍ରଥମ ପର୍ଯ୍ୟାୟରେ ସାତ ଦିନ ମଧ୍ୟରେ  ମିଶନ ଶକ୍ତିର ମହିଳାମାନେ ଅଢେଇ କୋଟି ଗଛ ଲଗାଇବେ।ଏନେଇ ହର୍ଟି କଲଚର,ଏଗ୍ରି କଲଚର, ଜଙ୍ଗଲ ବିଭାଗ ଓ ବିଭିନ୍ନ ନର୍ସରୀରେ ଥିବା ଗଛ ଗୁଡ଼ିକୁ ମିଶନ ଶକ୍ତି ମା’ମାନଙ୍କୁ ଯୋଗାଇ ଦେବାକୁ ବିଭାଗ ଗୁଡିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଚିଠି ଲେଖିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri