ରାଣୀପୁର ଝରିଆଲ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

କଣ୍ଟାବାଞ୍ଜି,୧୧ା୮( ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲାରେ ଅବସ୍ଥିତ ଥିବା ଦେଶର ଅନନ୍ୟ ଯୋଗିନୀ ପୀଠ ରାଣୀପୁର ଝରିଆଲକୁ ସୋମବାର ଓଡ଼ିଶା ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଥିଲେ। ମନ୍ଦିର ଟ୍ରଷ୍ଟ କମିଟି ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପରେ ମନ୍ତ୍ରୀ ପରିଡ଼ା ସୋମେଶ୍ୱର ମହାଦେବଙ୍କ ମନ୍ଦିରରେ ପହଞ୍ଚି ଦର୍ଶନ କରିଥିଲେ।

ମୁଖ୍ୟ ପୂଜକ ଜଗମୋହନ ତ୍ରିପାଠୀ ପୂଜା କାର୍ଯ୍ୟ କରିବା ସହ ପୀଠର ସୁବିଧା ଅସୁବିଧା ବିଷୟରେ କହିଥିଲେ। ପରେ ବ୍ଲକ ପ୍ରଶାସନ ତରଫରୁ କରାଯାଇଥିବା ବୈଠକରେ ପ୍ରସ୍ତୁତ ହୋଇଥିବା ଡିପିଆର ବିଷୟରେ ଏଲଇଡି ମାଧ୍ୟମରେ ଦେଖାଇଥିଲେ ଏବଂ ୮୭ କୋଟି ୯୩ ଲକ୍ଷ ୨୮ ହଜାର ଟଙ୍କାର ପ୍ରଥମ ପର୍ଯ୍ୟାୟରେ ଘୋଷଣା କରିଥିଲେ।

ମନ୍ଦିର ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟ କମିଟିର ସଭାପତି ମାଣିକ ଚନ୍ଦ ଜୈନ, ସମ୍ପାଦକ ଖିରସିନ୍ଧୁ ଭୋଇ, ମଞ୍ଜେସ ମେହେର, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ସମିତି ସଭ୍ୟ ରାଜୁ ହାତୀ, ଗୋପୀନାଥ ସାହୁ, ରଶ୍ମିରଞ୍ଜନ ପୁଟେଲ, ନିତ୍ୟାନନ୍ଦ ପୃଷେଠ, ରମା ସାହୁ, ଜ୍ୟୋତି ସାହୁ, ନବଘନ ଭରାସଗ୍ରିଆ, ଯୁବରାଜ ବାଗ ପ୍ରମୁଖ ଉପସ୍ଥିତ ଥିଲେ। ଏହା ପରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା କଣ୍ଟାବାଞ୍ଜି ଅଭିମୁଖେ ତୁରେକେଲା ଦେଇ ହରିଶଙ୍କର ଯାଇଥିଲେ। ତୁରେକେଲା ବ୍ଲକ ଭାଜପା ତରଫରୁ ଭବ୍ୟ ସ୍ବାଗତ କରାଯାଇଥିଲା। ସଦର ପଞ୍ଚାୟତ ସରପଞ୍ଚ ଜଳନ୍ଧର ମାହାଖୁଡ ଓ ସରପଞ୍ଚ ସଂଘ ମଧ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri