ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …

ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା ସହ ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଥିଲା ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ  ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଥିଲେ। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯାଇଥିଲା। ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଥିଲେ, ୨ ଲକ୍ଷ ୬୭ ହଜାର ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି। ବାକି ଜମି ସମସ୍ୟା ଯୋଗୁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ। କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ। ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍‌ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri