ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …

ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା ସହ ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଥିଲା ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ  ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଥିଲେ। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯାଇଥିଲା। ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଥିଲେ, ୨ ଲକ୍ଷ ୬୭ ହଜାର ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି। ବାକି ଜମି ସମସ୍ୟା ଯୋଗୁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ। କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ। ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍‌ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri