ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସବୁ ଜିଲାରେ ଖୋଲିବ ମିଶନ ଶକ୍ତି ଭବନ

ଭୁବନେଶ୍ୱର,୨୯ା୩(ସୁନିତ୍‌ ମିଶ୍ର):ପୂର୍ବ ସରକାରଗୁଡ଼ିକ ମହିଳାଙ୍କୁ ନିରୀହ ଭାବି ଭୁଅଁା ବୁଲାଉଥିଲେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗର ଖର୍ଚ୍ଚଦାବି ଆଲୋଚନା ପରେ ଗୃହରେ ଉତ୍ତର ରଖି ପ୍ରଭାତୀ କହିଛନ୍ତି,ସୁଭଦ୍ରା ଟଙ୍କା ପାଇବା ପରେ ମହିଳାମାନେ ସଚେତନ ହୋଇଛନ୍ତି। ଲକ୍ଷପତି ଦିଦି ସୃଷ୍ଟି କରିବାରେ ଦେଶରେ ଏବେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି। ଭାଜପା ସରକାର ଆସିବା ପୂର୍ବରୁ ରାଜ୍ୟରେ ୨ ଲକ୍ଷ ଲକ୍ଷପତି ଦିଦି ଥିଲେ, ଏବେ ୧୦ ଲକ୍ଷ ଲକ୍ଷପତି ଦିଦି। ମିଶନ ଶକ୍ତି ବିଭାଗକୁ ରାଜ୍ୟର ଭାଜପା ସରକାର ପୋଲିଓମୁକ୍ତ କରି ଦୌଡ଼ାଇବେ ବୋଲି ପ୍ରଭାତୀ କହିଛନ୍ତି।

ସେ କହିଛନ୍ତି, ୬ ମାସରୁ ୬ ବର୍ଷ ପର୍ଯ୍ୟନ୍ତ ବୟସର ପିଲା, ଗର୍ଭବତୀ, ସ୍ତନ୍ୟପାନ କରାଯାଉଥିବା ମହିଳା ଏବଂ କିଶୋରୀମାନଙ୍କ ଉନ୍ନତ ସ୍ବାସ୍ଥ୍ୟ ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୃଷ୍ଟି ଯୋଜନା କାର୍ଯ୍ୟକାରୀ କରାଯାଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୧୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ସୁଭଦ୍ରା ସମ୍ବେଦନତା ନାମରେ ନୂତନ ଯୋଜନା କାର୍ଯ୍ୟକାରୀ କରାଯିବ। ଆଦିବାସୀ ପିଲାମାନଙ୍କ ଶିକ୍ଷାଗତ ବିକାଶ, ସାଂସ୍କୃତିକ ସଂରକ୍ଷଣ, ସାମାଜିକ ଅନ୍ତର୍ଭୁକ୍ତି ଏବଂ ସାମଗ୍ରିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ଲାଗି ୨୫ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ସୁଭଦ୍ରା ପ୍ଲସ୍‌ ନାମରେ ଏକ ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି। ମିଶନ ଶକ୍ତି ସ୍କୁଟର ଯୋଜନା ଆରମ୍ଭ କରାଯିବ। ମିଶନ ଶକ୍ତି ବିଭାଗ ଅଧୀନ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌, ବିଜ୍‌ନେସ୍‌ କରେସ୍‌ପଣ୍ଡେଣ୍ଟ ଏଜେଣ୍ଟ ଏବଂ ଏକ୍‌ଜିକ୍ୟୁଟିଭ କମ୍ୟୁନିଟି ସଦସ୍ୟମାନଙ୍କ କ୍ଷେତ୍ରରେ ତଦାରଖରେ ସୁବିଧା ଲାଗି ଏହି ଯୋଜନା ଆରମ୍ଭ ହୋଇଛି। ୩୦ ଜିଲାରେ ଜିଲାସ୍ତରୀୟ ମିଶନ ଶକ୍ତି ଭବନ କରାଯିବ। ପ୍ରତ୍ୟେକ ଭବନ ଲାଗି ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ପଞ୍ଚାୟତ ସ୍ତରରେ ୧,୮୮୮ଟି ମହାସଂଘ କାର୍ଯ୍ୟାଳୟ ନିର୍ମାଣ କରାଯିବ। ପ୍ରତ୍ୟେକ କାର୍ଯ୍ୟାଳୟ ପିଛା ୩୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଓଡ଼ିଶାରେ ପର୍ଯ୍ୟଟନର ପ୍ରଚାରପ୍ରସାର ଲାଗି ୨୦୨୫-୨୬ ଆର୍ଥିକ ବର୍ଷରେ ୧୭୬ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ବିଭାଗ ଅଧୀନରେ ଆସୁଥିବା ବିଭିନ୍ନ ଆବାସିକ କେନ୍ଦ୍ରର ଉନ୍ନତୀକରଣ କରାଯିବ ବୋଲି ପ୍ରଭାତୀ କହିଛନ୍ତି। ଗୃହରେ ଉପରୋକ୍ତ ଏହି ୩ ବିଭାଗର ଖର୍ଚ୍ଚଦାବି ଅନୁମୋଦିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri