ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା:ଏହି ଦିନ ମିଳିବ ପିଏମ୍‌ କିଷାନ କିସ୍ତି

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର):ଦଶହରା ପୂର୍ବରୁ ଚାଷୀମାନଙ୍କ ପାଇଁ ଖୁସି ଖବର ଆସିଛି। ପିଏମ୍‌ କିଷାନ ଯୋଜନାର ୧୮ତମ କିସ୍ତି ହିତାଧିକାରୀମାନଙ୍କୁ ପ୍ରଦାନ କରାଯିବ। ଆସନ୍ତା ୫ ତାରିଖରେ ଚାଷୀମାନଙ୍କୁ ପିଏମ୍‌ କିଷାନ ଯୋଜନାର କିସ୍ତି ଲୋକଙ୍କ ଆକାଉଣ୍ଟକୁ ଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସହାୟତା ରାଶି ପ୍ରଦାନ କରିବେ। ରାଜ୍ୟର ପ୍ରାୟ ୩୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯିବ। ପିଏମ୍‌ କିଷାନ ଲାଗି ଜିଲାସ୍ତରରେ କାର୍ଯ୍ୟକ୍ରମ ହେବ। ଧାନ କିଣାକୁ ନେଇ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ ଗୁରୁବାର ଏହି ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ରାଜ୍ୟ ସରକାର ସୋହେଲାରୁ ଧାନ କିଣିବା ଆରମ୍ଭ କରିବେ। ସୋହେଲାରେ ବିଜେଡି ବୋନସ୍‌ ଦେବ କହି ଦେଇ ନ ଥିଲା। ସେହି ସୋହେଲାରୁ ହିଁ ୮୦୦ ଟଙ୍କା ବୋନସ୍‌ ଦେଇ ଚାଷୀଙ୍କ ଠାରୁ ଧାନ କିଣାଯିବ।
ସେହିପରି ଗୁରୁବାର କୃଷି ଭବନସ୍ଥିତ ଅଡିଟୋରିୟମରେ କୃଷି ଯନ୍ତ୍ରପାତି ନିର୍ମାତାଙ୍କ ସମାବେଶ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ନିର୍ମାତା ଯୋଗଦେଇଥିଲେ। ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ କୃଷି ଯନ୍ତ୍ରପାତି ମେଳା ଆଞ୍ଚଳିକ ସ୍ତରରେ ବ୍ରହ୍ମପୁର, ବଲାଙ୍ଗୀର, ଜୟପୁର ଓ କେନ୍ଦୁଝରରେ ଅନୁଷ୍ଠିତ ହେବ। ସେହିଭଳି ଜିଲା ଏବଂ ଉପଖଣ୍ଡସ୍ତରରେ ମଧ୍ୟ କ୍ରମ ଅନୁଯାୟୀ ଏହି ଯନ୍ତ୍ରପାତି ମେଳା ଅନୁଷ୍ଠିତ ହେବାକୁ ଯାଉଛି। ଓଡ଼ିଶାରେ କ୍ଷୁଦ୍ର ଓ ଅତିକ୍ଷୁଦ୍ର ଚାଷୀଙ୍କ ସଂଖ୍ୟା ଅପେକ୍ଷାକୃତ ଅଧିକ। ତେଣୁ ସେମାନଙ୍କ ହିତକୁ ଦୃଷ୍ଟିରେ ରଖି ନିର୍ମାତାମାନେ ଆବଶ୍ୟକ କୃଷି ଯନ୍ତ୍ରପାତି ନିର୍ମାଣ କରିବା ଦରକାର ଏବଂ ସେହି କମ୍ପାନୀଗୁଡ଼ିକ ନିଜର ବିକ୍ରୟ ତଥା ମରାମତି କେନ୍ଦ୍ର ନିକଟରେ ଖୋଲିବାକୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ା ଏହାଦ୍ୱାରା ଚାଷୀ କୌଣସି ସମସ୍ୟାର ସମ୍ମୁୁଖୀନ ହେଲେ ତୁରନ୍ତ ମରାମତି ସୁବିଧା ପାଇପାରିବେ ବୋଲି ସମାବେଶରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ନିର୍ମାତାମାନେ ଉତ୍କୃଷ୍ଟ ମାନର ଯନ୍ତ୍ରପାତି ଗ୍ରାହକଙ୍କୁ ଯୋଗାଇଦିଅନ୍ତୁ ା ଆବଶ୍ୟକସ୍ଥଳେ ଏକାଧିକ ଚାଷୀଙ୍କୁ ଭଡା ସୂତ୍ରରେ ଏହି ଯନ୍ତ୍ରପାତି ଯୋଗାଇଦେଇପାରିବେ ା ଏହିସବୁ ଯନ୍ତ୍ରପାତିର ନିର୍ମାଣ ଓଡ଼ିଶାରେ କରାଗଲେ ଉଭୟ ରାଜ୍ୟବାସୀ ଓ ଚାଷୀ ଉପକୃତ ହେବେ। ଏଥିଲାଗି ସରକାର ଆବଶ୍ୟକ ପ୍ରୋତ୍ସାହନ ମଧ୍ୟ ଯୋଗାଇଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?