ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଯୋଜନାରେ ଯୋଡ଼ିବା ପାଇଁ ପ୍ରୟାସ କରାଯାଉଛି।

ଏହି ଆବେଦନ ପ୍ରକ୍ରିୟା ୧ ଏପ୍ରିଲରୁ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ନୂତନ ହିତାଧିକାରୀ ଯୋଡ଼ିବା ପାଇଁ ହେଉଛି। ଏଥିରେ ଯେଉଁମାନେ ସାମିଲ ହେବେ ସେହି ମହିଳାମାନଙ୍କ ବୟସ ୧ ଏପ୍ରିଲ ୨୦୨୬ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ଆବଶ୍ୟକ। (୨୧ରୁ ୬୦ ବର୍ଷ ପର୍ଯ୍ୟନ୍ତ)। ଯେଉଁମାନେ ପୂର୍ବରୁ ସୁଭଦ୍ରା ଯୋଜନାରେ ଆବେଦନ କରି ନାହାନ୍ତି କିମ୍ବା ଯୋଡ଼ି ହୋଇ ନାହାନ୍ତି, କେବଳ ସେମାନେ ଏଥିରେ ଆବେଦନ କରିପାରିବେ। ଓଡ଼ିଶାର ସ୍ଥାୟୀ ବାସିନ୍ଦା ହୋଇଥିବା ଆବଶ୍ୟକ।  ଯେଉଁମାନେ ପୂର୍ବରୁ ଆବେଦନ କରିଛନ୍ତି କିମ୍ବା ହିତାଧିକାରୀ ହୋଇସାରିଛନ୍ତି, ସେମାନେ ଏହି ନୂଆ ଆବେଦନରେ ସାମିଲ ହେବେ ନାହିଁ।

ସରକାରୀ ଚାକିରିଜୀବୀ, ପେନ୍‌ସନ୍‌ ପାଉଥିବା, ଆୟକର ଦାତା, ବଡ଼ ଜମି ମାଲିକ ପରିବାର ଇତ୍ୟାଦି ଏଥିରୁ ବାଦ୍‌ ପଡ଼ିବେ। ହିତାଧିକାରୀଙ୍କୁ ବାର୍ଷିକ ଦୁଇ କିସ୍ତିରେ ୫୦୦୦ ଟଙ୍କା ଲେଖାଏ ୧୦୦୦୦ ଟଙ୍କା ମୋଟ୍‌ ୫ ବର୍ଷରେ ୫୦୦୦୦ ଟଙ୍କା ମିଳିବ।

କେମିତି କରିବେ ଆବେଦନ?
ଅଫିସିଆଲ ସୁଭଦ୍ରା ପୋର୍ଟାଲ (subhadra.odisha.gov.in)ରେ ଅନ୍‌ଲାଇନ୍‌ ଆବେଦନ କରନ୍ତୁ।
ଅଫଲାଇନ: କମନ ସର୍ଭିସ ସେଣ୍ଟର (CSC), ଆମ ସେବା କେନ୍ଦ୍ର (ASK), ଅଙ୍ଗନଓ୍ବାଡ଼ି କେନ୍ଦ୍ର (AWC) କିମ୍ବା CDPO ଅଫିସରେ ଫର୍ମ ନେଇ ଆବେଦନ କରନ୍ତୁ। ଫର୍ମ ମାଗଣାରେ ମିଳିବ। ଆଧାର, ବ୍ୟାଙ୍କ ଆକାଉଣ୍ଟ, ଫୋଟୋ, ଠିକଣା ପ୍ରମାଣପତ୍ର ଆଦି ଡକ୍ୟୁମେଣ୍ଟ ଆବଶ୍ୟକ। e-KYC ମଧ୍ୟ କରାଯିବା ଆବଶ୍ୟକ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?