ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୨୫ରେ ୩ ଥର ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୩୦।୧୨:ସୁଭଦ୍ରା ଯୋଜନାକୁ ନେଇ ସୋମବାର ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପଭାତୀ ପରିଡା। ୨୦୨୫ରେ ମହିଳାଙ୍କୁ ୩ଥର ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୫ ସୁଭଦ୍ରା ଯୋଜନାର ବର୍ଷ। ନୂଆବର୍ଷରେ ୪ର୍ଥ ପର୍ଯ୍ୟାୟ ଟଙ୍କା ସହ ମାର୍ଚ୍ଚ ୮ ମହିଳା ଦିବସ ଏବଂ ରକ୍ଷା ବନ୍ଧନରେ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଜାନୁଆରୀ ପ୍ରଥମ ସପ୍ତାହରେ ପୂରା ସର୍ଭେ ଶେଷ ହେବ। ଆଜି ଫିଲ୍ଡ ରିପୋର୍ଟ ଆସିବ ସେହି ଅନୁସାରେ ପଦକ୍ଷେପ ନିଆଯିବ। ଯେମିତି ଏହି ଯୋଜନାରୁ କେହି ବଞ୍ଚିତ ହେବେ ନାହିଁ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି।
ସୂଚନାଯୋଗ୍ୟ, ଡିସେମ୍ବର ୧ ସୁଦ୍ଧା ସୁଭଦ୍ରାରେ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି।
ପୂର୍ବରୁ ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ କେଉଁ କାରଣ ଯୋଗୁ ସେମାନଙ୍କର ଅର୍ଥ ଅନ୍ଲାଇନ ଯୋଗେ ପଠାଯାଇପାରିନାହିଁ ସେ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି। ହିତାଧିକାରୀଙ୍କୁ ସିଧାସଳଖ ଅର୍ଥ ପଠାଇବାରେ ରହୁଥିବା ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଅଙ୍ଗନଓ୍ବାଡ଼ି କର୍ମଚାରୀ ଓ ବ୍ୟାଙ୍କ ମିତ୍ର ଆଦି କ୍ଷେତ୍ରସ୍ତରୀୟ ଯାଞ୍ଚ ଟିମ୍ର କର୍ମକର୍ତ୍ତାମାନଙ୍କୁ ସେମାନଙ୍କ ପାଖରେ ପହଞ୍ଚି ସଚେତନତା ଭିତ୍ତିକ କାର୍ଯ୍ୟକ୍ରମ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟକାରୀ ହେଉଥିବା ସହାୟକ କେନ୍ଦ୍ର(ହେଲ୍ପଡେସ୍କ)ର ପରିଚାଳନା ପାଇଁ କର୍ମଚାରୀ ନିୟୋଜନକୁ ନିଶ୍ଚିତ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସୁଭଦ୍ରା ସମ୍ପର୍କିତ ଆପତ୍ତି ଅଭିଯୋଗ ସିଧାସଳଖ ବା ଅଫ୍ଲାଇନରେ ଗ୍ରହଣ କରାଗଲେ ତାହାକୁ ସୁଭଦ୍ରା ପୋର୍ଟାଲରେ ଅପଲୋଡ କରାଯିବ, ଯଦ୍ଦ୍ବାରା ଏହାର ତ୍ୱରିତ ସମାଧାନ ପାଇଁ ସହାୟକ ହେବ।
ସମସ୍ତ ପ୍ରକ୍ରିୟାର ସୁବ୍ୟବସ୍ଥା ଓ ଯାଞ୍ଚ ପ୍ରକ୍ରିୟାର ଅଗ୍ରଗତି ସମ୍ପର୍କରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମହିଳା ଓ ଶିଶୁବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଉପସ୍ଥିତିରେ ସଦ୍ୟତମ ସ୍ଥିତି ଅନୁଧ୍ୟାନ କରିଥିଲେ। ସମସ୍ତ ଜିଲାର ଜିଲାପାଳ ଓ ମହାନଗର ନିଗମର ଉଚ୍ଚ ପଦାଧିକାରୀମାନେ ଏହି ବୈଠକରେ ଭିଡିଓ କନ୍ଫରେନ୍ସିଂରେ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri