ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦୁଇ ଗୋଷ୍ଠୀ ଦାବିପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବି। ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କେଭି ସିଂଦେଓ କହିଛନ୍ତି।
ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ବସିଥିଲା। ଜିଲାପାଳ, ଏସ୍ପି, ADG, DIGଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily