Posted inଜାତୀୟ

ତିରୁମାଲା ମନ୍ଦିରରେ ସବୁ କେଶ ଦାନ କଲେ ଉପ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ, ଜାଣନ୍ତୁ କ’ଣ ରହିଛି କାରଣ

ଅମରାବତି,,୧୪।୪: ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଙ୍କ ପତ୍ନୀ ଆନ୍ନା କୋନିଡେଲା ରବିବାର ତିରୁମାଲା ମନ୍ଦିରରେ ତାଙ୍କର ସମସ୍ତ କେଶ ଅର୍ପଣ କରିଛନ୍ତି। ମନ୍ଦିରରେ ତାଙ୍କ କେଶ ଲଣ୍ଡା ହେଉଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉପମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ତାଙ୍କ ପୁଅର ସୁରକ୍ଷାର ଖୁସିରେ ଏହି ନିଷ୍ପତ୍ତି ନେଇଛନ୍ତି।
ଗତ ସପ୍ତାହରେ, ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣ ଏବଂ ଆନ୍ନା କୋନିଡେଲାଙ୍କ ପୁଅ ସହିତ ଏକ ଦୁର୍ଘଟଣା ଘଟିଥିଲା। ସେ ନିଆଁରେ ପୋଡ଼ି ଯାଇଥିଲେ ଏବଂ ତାଙ୍କ ମାଆ ଆନ୍ନା କୋନିଡେଲା ତିରୁମାଲା ମନ୍ଦିରରେ ତାଙ୍କ ପୁଅର ସୁରକ୍ଷା ପାଇଁ ପ୍ରାର୍ଥନା କରିଥିଲେ ଏବଂ କହିଥିଲେ ଯେ ତାଙ୍କ ପୁଅ ସୁସ୍ଥ ହେବା ପରେ, ସେ ମନ୍ଦିରକୁ ତାଙ୍କ କେଶ ଦାନ କରିବେ।
ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣ ଏବଂ ଆନ୍ନା କୋନିଡେଲାଙ୍କ ପୁଅ ମାର୍କ ଶଙ୍କର ସମ୍ପ୍ରତି ସିଙ୍ଗାପୁରରେ ଏକ ‘ସମର କ୍ୟାମ୍ପ’ରେ ଯୋଗଦେବାକୁ ଯାଇଥିଲେ, ଯେଉଁଠାରେ ଗତ ସପ୍ତାହରେ ମଙ୍ଗଳବାର (୮ ଏପ୍ରିଲ) ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ମାର୍କ ଶଙ୍କର ଅଳ୍ପକେ ବଞ୍ଚି ଯାଇଥିଲେ, କିନ୍ତୁ ଏହି ସମୟରେ ମାର୍କଙ୍କ ହାତ ଏବଂ ଗୋଡ ପୋଡ଼ି ଯାଇଥିଲା। ହେଲେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।
ଏହି ଘଟଣା ପରେ, ମାର୍କ ଶଙ୍କରଙ୍କ ମାଆ ଆନ୍ନା କୋନିଡେଲା ତାଙ୍କ ସୁରକ୍ଷା ପାଇଁ ତିରୁମାଲା ମନ୍ଦିରରେ ଏକ ପ୍ରତିଜ୍ଞା କରିଥିଲେ, ଯାହାକୁ ସେ ରବିବାର (ଏପ୍ରିଲ ୧୩) ପୂରଣ କରିଥିଲେ।
ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଙ୍କ ଜନସେନା ପାର୍ଟି ପକ୍ଷରୁ ଏ ସମ୍ପର୍କରେ ଏକ ପ୍ରେସ ରିଲିଜ ଜାରି କରାଯାଇଛି। ଏଥିରେ ଦଳ କହିଛି, ‘ପରମ୍ପରାକୁ ମନେ ରଖି, ଆନ୍ନା ପଦ୍ମାବତୀ କଲ୍ୟାଣ କଟ୍ଟାରେ ନିଜର କେଶ ଅର୍ପଣ କରିଥିଲେ ଏବଂ ପୂଜାରେ ଅଂଶଗ୍ରହଣ କରିଥିଲେ।’
ଜନସେନା ପାର୍ଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଆନ୍ନା କୋନିଡେଲାଙ୍କ କେଶ ଦାନ କରିବାର ଫଟୋ ଶେୟାର କରିଛି। ପାର୍ଟି ପୋଷ୍ଟରେ ଲେଖିଛନ୍ତି, ‘ଶ୍ରୀମତୀ ଆନ୍ନା କୋନିଡେଲା ତିରୁମାଲାରେ ଭଗବାନ ଭେଙ୍କଟେଶ୍ୱରଙ୍କୁ ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମନ୍ଦିରରେ ଶ୍ରୀ ବରାହ ସ୍ବାମୀଙ୍କୁ ଦର୍ଶନ କରିବା ପରେ, ଆନ୍ନା କୋନିଡେଲା ପଦ୍ମାବତୀ କଲ୍ୟାଣ କଟ୍ଟାରେ ତାଙ୍କର କେଶ ଦାନ କରିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?