Posted inଜାତୀୟ

କ୍ଷମତାରେ ୧୦୦ ଦିନ ସମାପ୍ତ ହେବା ପରେ ଅଜିତ ପାୱାରଙ୍କ ଖୋଲା ଚିଠି,କହିଲେ ‘ମୁଁ ଜଣେ ରାଜନୈତିକ କାର୍ଯ୍ୟକର୍ତ୍ତା ଯିଏ …’

ମୁମ୍ବାଇ,୧୦।୧୦: ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଏନସିପି ସରକାରରେ ୧୦୦ ଦିନ ପୂରଣ ହୋଇଛି। ଏହି ଅବସରରେ ଅଜିତ ପାୱାର ପ୍ରେରଣାଦାୟକ ବ୍ୟକ୍ତିତ୍ୱଙ୍କୁ ମନେ ପକାଇଛନ୍ତି। ଏକ ଖୋଲା ଚିଠି ଲେଖି ଜନସାଧାରଣଙ୍କ ସମସ୍ୟାର କାର୍ଯ୍ୟ ମାଧ୍ୟମରେ ସମାଧାନ ପାଇଁ ସଙ୍କଳ୍ପ ନେଇଛନ୍ତି। ସୂଚନାଯୋଗ୍ୟ, ଅଜିତ ପାୱାରଙ୍କ ସହ ତାଙ୍କ ଦଳର ୮ ଜଣ ବିଧାୟକ ଜୁଲାଇ ୨ରେ ଭାଜପା-ଶିବସେନା ମେଣ୍ଟ ସରକାରରେ ଯୋଗ ଦେଇଥିଲେ।

ଅଜିତ ପାୱାର ତାଙ୍କ ଖୋଲା ଚିଠିରେ ଲେଖିଛନ୍ତି ଯେ, ରୋଜଗାର, ସମସ୍ତ ସାମାଜିକ ଶ୍ରେଣୀର ଅର୍ଥନୈତିକ ସଶକ୍ତିକରଣ, ଶିକ୍ଷା, ସ୍ବାସ୍ଥ୍ୟ, ଜନ କଲ୍ୟାଣ ଯୋଜନା ଲାଗୁ କରିବା ସରକାରଙ୍କ ଉଦ୍ଦେଶ୍ୟ। ଏନସିପି ଶକ୍ତି ମାଧ୍ୟମରେ ଏହା ଉପରେ ଅଧିକ ଦୃଢ ଭାବେ କାର୍ଯ୍ୟ କରିବ। ଅଜିତ ପାୱାର ଛତ୍ରପତି ଶିବାଜୀ ମହାରାଜ, ଜ୍ୟୋତିବା ଫୁଲେ, ଛତ୍ରପତି ଶାହ ମହାରାଜ, ବି. ଆର ଆମ୍ବେଦକରଙ୍କ ପରି ବ୍ୟକ୍ତିତ୍ୱଙ୍କୁ ମନେ ପକାଇଛନ୍ତି।

ଅଜିତ ପାୱାର କହିଛନ୍ତି, ମୁଁ ଜଣେ ରାଜନୈତିକ କାର୍ଯ୍ୟକର୍ତ୍ତା। ଯିଏ ସକରାତ୍ମକ, ବିକାଶ ରାଜନୀତିରେ ବିଶ୍ୱାସ କରେ। ମୋର ଉଦ୍ଦେଶ୍ୟ ହେଉଛି ଜନସାଧାରଣଙ୍କ ପାଇଁ କାର୍ଯ୍ୟ କରିବା ଏବଂ ସେବା ମାଧ୍ୟମରେ ଲୋକଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆଣିବା। ଅଜିତ ତାଙ୍କ ଖୋଲା ଚିଠିରେ କୃଷକ, ଯୁବକ, ମହିଳା ଏବଂ ଅନ୍ୟାନ୍ୟ ସାମାଜିକ ଗୋଷ୍ଠୀର ସ୍ବାର୍ଥ ପାଇଁ କାର୍ଯ୍ୟ କରିବାକୁ ପ୍ରତଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri