Posted inଜାତୀୟ

ଉପମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ନାଗପୁର ଗସ୍ତ କଲେ ଫଡନବୀସ

ମୁମ୍ବାଇ,୫।୭: ଏକ ସପ୍ତାହରୁ ଅଧିକ ସମୟ ଧରି ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ହାଇଡ୍ରାମା ଏବେ ଶେଷ ହୋଇଛି। ପାଞ୍ଚ ଦିନ ପୂର୍ବରୁ ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ରାଜ୍ୟର ଉପମୁଖ୍ୟମନ୍ତ୍ରୀ ହେବା ପରେ ଦେବେନ୍ଦ୍ର ଫଡନଦବୀସ ମଙ୍ଗଳବାର ପ୍ରଥମ ଥର ପାଇଁ ନାଗପୁର ଗସ୍ତ କରିଛନ୍ତି। ସହରରେ ପହଞ୍ଚିବା ପରେ ସ୍ଥାନୀୟ ଭାଜପା ନେତାଙ୍କ ସହ ସହରବାସୀ ନିଜର ନେତାଙ୍କୁ ଭବ୍ୟସ୍ବାଗତ କରିଥିଲେ। ସୂଚନାଯୋଗ୍ୟ, ମଙ୍ଗଳବାର ସକାଳ ୧୦ଟାରେ ଦେବେନ୍ଦ୍ର ଫଡନବୀସ ଡ.ବାବାସାହେବ ଆମ୍ବେଦକର ଅନ୍ତର୍ଜାତୀୟ ବିମାନବନ୍ଦର ନାଗପୁରରେ ପହଞ୍ଚିଥିଲେ। ତାଙ୍କୁ ସ୍ବାଗତ ଜଣାଇବା ପାଇଁ ବହୁ ସଂଖ୍ୟାରେ ବିମାନବନ୍ଦରରେ ଭାଜପାର ସ୍ବୟଂସେବକ ଉପସ୍ଥିତ ଥିଲେ। ସେମାନେ ତାଙ୍କୁ ବହୁ ଉତ୍ସାହର ସହ ସ୍ବାଗତ କରିଥିଲେ। ଏହାପରେ ସେ ବିମାନବନ୍ଦରରୁ ଏକ ରୋଡ ଶୋ’ କରିଥିଲେ। ରୋଡ ଶୋ’ ପରେ ସେ ନାଗପୁରର ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସବୁବେଳେ ତାଙ୍କୁ ନାଗପୁରବାସୀ ପ୍ରେମ ଦେଇଥିବାରୁ ଏବଂ ୫ଥର ନିର୍ବାଚିତ କରିଥିବାରୁ ଫଡନବୀସ ସେମାନଙ୍କୁ ଧନ୍ୟବାଦ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ହେବା ପରେ ଆଜି ମୁଁ ପ୍ରଥମ ଥର ପାଇଁ ନାଗପୁର ଆସିଛି। ଯେଉଁମାନେ ମୋ ପ୍ରତି ସେମାନଙ୍କ ପ୍ରେମ ଦେଖାଇବାକୁ ଆସିଛନ୍ତି ମୁଁ ସେମାନଙ୍କୁ କୃତଜ୍ଞତା ଜଣାଉଛି ବୋଲି ଫଡନବୀସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri