Posted inଜାତୀୟ

ମୁଁ ଇସ୍ତଫା ଦେଇଦେବି, କାହିଁକି ଏମିତି କହିଲେ ଦେବେନ୍ଦ୍ର ଫଡନ୍‌ଭିସ

ମୁମ୍ବାଇ,୧୯।୮: ବିଧାନସଭା ନିର୍ବାଚନ ପୂର୍ବରୁ ମରାଠା ସଂରକ୍ଷଣ ପ୍ରସଙ୍ଗ ପୁଣି ଥରେ ତୀବ୍ର ହୋଇଛି। ସଂରକ୍ଷଣ ପାଇଁ ଆନ୍ଦୋଳନ କରୁଥିବା ମନୋଜ ଜାରଙ୍ଗେ ପାଟିଲ ମରାଠା ସମ୍ପ୍ରଦାୟକୁ ଓବିସିରୁ ସଂରକ୍ଷଣ ପ୍ରଦାନ କରାଯିବାକୁ ଦାବି କରିଛନ୍ତି। ତେବେ ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନ୍‌ଭିସଙ୍କୁ ସରକାରଙ୍କ ପ୍ରତିଶ୍ରୁତି ପାଳନ କରୁନାହାନ୍ତି ବୋଲି ମନୋଜ ଜାରଙ୍ଗେ ଲଗାତାର ଅଭିଯୋଗ କରୁଛନ୍ତି। ଏହା ଉପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏକ ବିବୃତ୍ତି ଦେଇ କହିଛନ୍ତି, ମନୋଜ ଜାରଙ୍ଗେ ବର୍ତ୍ତମାନ ଶିନ୍ଦେ ସାହେବଙ୍କୁ ପଚାରିବା ଉଚିତ୍‌ ଏବଂ ଯଦି ଶିନ୍ଦେ ସାହେବଙ୍କୁ ମରାଠା ସଂରକ୍ଷଣ ପାଇଁ କୌଣସି ନିଷ୍ପତ୍ତି ନେବାରୁୁ ଯଦି ମୁଁ ଅଟକାଇଥିବି, ତେବେ ମୁଁ ତୁରନ୍ତ ଇସ୍ତଫା ଦେଇଦେବି ଏବଂ ରାଜନୀତିରୁ ଅବସର ନେଇଯିବି। ଯାହାକୁ ନେଇ ଏବେ ଏକ ଆଲୋଡ଼ନ ସୃଷ୍ଟି କରିଛି। ଏହା ପରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ନିଜେ ପ୍ରତିକ୍ରିୟା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସଙ୍କ ରାଜନୀତିରୁ ଅବସର ନେବା ବୟାନ ଉପରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମରାଠା ସଂରକ୍ଷଣ ଉପରେ ଫଡନ୍‌ଭିସଙ୍କ ବିବୃତ୍ତି ସତ୍ୟ ଅଟେ। ଆମେ ତିନିଜଣ ଏକାଠି ବସି ସଂରକ୍ଷଣ ବିଷୟରେ ଆଲୋଚନା କଲୁ। ପ୍ରତ୍ୟେକ ବୈଠକରେ ଦେବେନ୍ଦ୍ର ଫଡନ୍‌ଭିସ ଉପସ୍ଥିତ ଥିଲେ। ମରାଠା ସମ୍ପ୍ରଦାୟକୁ ସଂରକ୍ଷଣ ଦେବାରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ବିରୋଧୀ ଦଳ ଏହାକୁ ବିରୋଧ କରିଥିଲେ। ସେମାନେ ସହଯୋଗ କରିବା ଉଚିତ୍‌। ଦେବେନ୍ଦ୍ର ଫଡନ୍‌ଭିସ ମରାଠା ସମ୍ପ୍ରଦାୟ ପାଇଁ ସଂରକ୍ଷଣକୁ କେବେ ବିରୋଧ କରିନଥିଲେ। ଏହି ଅଭିଯୋଗରେ କୌଣସି ସତ୍ୟତା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri