କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି ଘଟଣା ସମ୍ପର୍କରେ ସେ ପ୍ରଶାସନଠାରୁ ଏକ ବିସ୍ତୃତ ରିପୋର୍ଟ ତଲବ କରିଛନ୍ତି।

ମଙ୍ଗଳବାର ଭୁବନେଶ୍ୱରଠାରେ ଆୟୋଜିତ ‘ଡାହାଣୀ ସନ୍ଦେହରେ ଅତ୍ୟାଚାର ଏବଂ ବାଲ୍ୟ ବିବାହ ରୋକିବା’ ସମ୍ପର୍କିତ ଏକ ରାଜ୍ୟସ୍ତରୀୟ କର୍ମଶାଳାରେ ଯୋଗ ଦେଇ ଉପମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରିପୋର୍ଟ ହସ୍ତଗତ ହେବା ପରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

ବାଲ୍ୟ ବିବାହ ରୋକିବା ପାଇଁ ଅଙ୍ଗନବାଡ଼ି କର୍ମୀ, ଶିଶୁ ମଙ୍ଗଳ କମିଟି (CWC) ଏବଂ ଶିଶୁ କଲ୍ୟାଣ ସଂସ୍ଥାଗୁଡ଼ିକୁ ଅଧିକ ସକ୍ରିୟ କରାଯାଉଛି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ବାଲ୍ୟ ବିବାହ ଭଳି ସାମାଜିକ କୁସଂସ୍କାରକୁ ରୋକିବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧ। ତେବେ କେବଳ ସରକାରୀ ପ୍ରୟାସ ଯଥେଷ୍ଟ ନୁହେଁ, ଏହି ବ୍ୟାଧିକୁ ସମୂଳେ ନିପାତ କରିବା ପାଇଁ ସମାଜର ପ୍ରତ୍ୟେକ ବର୍ଗର ସହଯୋଗ ଏକାନ୍ତ ଆବଶ୍ୟକ।”


Enter your email to get our daily news in your inbox.

All Right Reserved By Dharitri.Com

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri