Posted inଜାତୀୟ

ଦିଲ୍ଲୀ ପହଞ୍ଚିଲେ ତେଜସ୍ବୀ: ଲାଲୁ, ରାହୁଲଙ୍କୁ ଭେଟିବେ

ନୂଆଦିଲ୍ଲୀ,୧୨।୮: ବିହାରରେ ନୀତୀଶ କୁମାରଙ୍କ ନେତୃତ୍ୱରେ ନୂତନ ମହାମେଣ୍ଟ ସରକାର ଗଠନ ପରେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଦିଲ୍ଲୀରେ ପହଞ୍ଚିଛନ୍ତି। ସେ ତାଙ୍କ ପିତା ତଥା ଆରଜେଡି ସୁପ୍ରିମୋ ଲାଲୁ ଯାଦବ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିବେ। ଏହି ସମୟରେ ସେ ନୀତୀଶଙ୍କ କ୍ୟାବିନେଟର ସମ୍ପ୍ରସାରଣ ବିଷୟରେ ଆଲୋଚନା କରିବେ। ତେଜସ୍ବୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆରଜେଡି ସୁପ୍ରିମୋ ଲାଲୁ ଯାଦବ ଦିଲ୍ଲୀର ଏମ୍ସରେ ଚିକିତ୍ସା ପରେ ବଡ ଝିଅ ମିସା ଭାରତୀଙ୍କ ଘରେ ରହିଆସୁଛନ୍ତି।
ପାଟନା ବିମାନବନ୍ଦରରେ ତେଜସ୍ବୀ କହିଛନ୍ତି, ମହାମେଣ୍ଟ ସରକାରଙ୍କ କ୍ୟାବିନେଟ ଖୁବ ଶୀଘ୍ର ବିସ୍ତାର ହେବ। ଦିଲ୍ଲୀରେ ପିତା ଲାଲୁ ଯାଦବଙ୍କ ସହ ଆରଜେଡି କୋଟା ମନ୍ତ୍ରୀଙ୍କ ନାମ ଉପରେ ବିଚାର କରିବେ। ଦିଲ୍ଲୀରେ ଅନେକ ବିରୋଧୀ ଦଳର ନେତାଙ୍କ ସହ ଏକ ବୈଠକ ମଧ୍ୟ ହେବ।
ସୂଚନାଯୋଗ୍ୟ,ଗତ ମଙ୍ଗଳବାର ଏନଡିଏ ଏବଂ ଭାଜପା ସହ ସମ୍ପର୍କ ଭାଙ୍ଗିବା ପରେ ନୀତୀଶ କୁମାର ପୁଣିଥରେ ନିଜର ପୁରୁଣା ମହାମେଣ୍ଟ ସହ ହାତ ମିଳାଇଛନ୍ତି। ବିହାରର ମହାମେଣ୍ଟ ଜେଡିୟୁ, ଆରଜେଡି, କଂଗ୍ରେସ, ହମ ଏବଂ ବାମ ଦଳକୁ ନେଇ ଗଠିତ।

 


Enter your email to get our daily news in your inbox.

All Right Reserved By Dharitri.Com

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri