ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର: ୯ଟି ସ୍ଥାନରେ ଏକକାଳୀନ ଚଢାଉ

ଜଗତସିଂହପୁର ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲା।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟରଙ୍କ ବାସଭବନ, ଅଫିସ, ସର୍ମ୍ପକୀୟଙ୍କ ଘର ଏବଂ ପୈତୃକ ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି। ଏଥିରେ ୧୪ ଜଣ ଇନ୍ସପେକ୍ଟର, ୬ ଜଣ ଏଏସ୍‌ଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି।

ଭୁବନେଶ୍ବର, ବାଲେଶ୍ବର, ସୋନପୁର ଓ ଜଗତସିଂହପୁରରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିବା ବେଳେ ଖବର ଲେଖାହେବା ସୁଦ୍ଧା ଡେପୁଟି କଲେକ୍ଟରଙ୍କ ସମ୍ପତି ତାଲିକା ପ୍ରସ୍ତୁତ ଅଭିଯାନ ଜାରି ରହିଛି। ମିଳିଥିବା ସୂଚନା ଅନୁସାରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟକୁ ନେଇ ମଙ୍ଗଳବାର ସକାଳୁ ଭିଜିଲାନ୍ସର ୨୨ ଜଣିଆ ଟିମ୍‌ ଛାନ୍‌ଭିନ ଆରମ୍ଭ କରିଛି। ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଚାମ୍ବର, ଭଡ଼ାଘର, ମଞ୍ଚେଶ୍ବର ହର୍ଷପ୍ରିୟା କନଷ୍ଟ୍ରକଶନରେ ଥିବା ଫ୍ଲାଟ୍‌, ରଙ୍ଗମାଟିଆ ହର୍ଷପ୍ରିୟା ଏନକ୍ଲେଭରେ ଥିବା ଫ୍ଲାଟ୍‌, ଚନ୍ଦକା ଥାନା ନୂଆଗାଁସ୍ଥିତ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ୍‌, ବାଲେଶ୍ବର ସୁନହଟରେ ଦୁଇଟି ଫ୍ଲାଟ୍‌, ସୋନପୁର ସହରରେ ଏକ ଦୁଇ ମହଲା କୋଠା, ବାଲିଆପାଳ ନଇଘାଟିରେ ପୈତୃକ ଘର ଉପରେ ଚଢାଉ ଚାଲିଛି। ଚଢାଉରେ ବିପୁଳ ପରିମାଣର ସମ୍ପତ୍ତି ଠାବ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri