କଳାହାଣ୍ଡି ଜିଲା ଗସ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ

ଭବାନୀପାଟଣା, ୧୨।୫(ଉତ୍ତମ କୁମାର ଦାଶ): ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ କୁମାର ପ୍ରଧାନ ମଙ୍ଗଳବାର କଳାହାଣ୍ଡି ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ପ୍ରଧାନ ଭବାନୀପାଟଣାସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀନେଶ କୁମାର କହଁର ତାଙ୍କୁ ସ୍ବାଗତ କରିଥିଲେ। ଉପନିର୍ଦ୍ଦେଶକ କାର୍ଯ୍ୟାଳୟର ଦୈନନ୍ଦିନ କାର୍ଯ୍ୟଶୈଳୀ ଅନୁଧ୍ୟାନ କରିବା ସହ ବିଭିନ୍ନ ବିଭାଗୀୟ ସମସ୍ୟା ସମ୍ପର୍କରେ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ସେ ଜିଲା ପାଠାଗାର ପରିଦର୍ଶନ କରି ସେଠାକୁ ଆସୁଥିବା ପାଠକମାନଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଥିଲେ ଏବଂ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ବ୍ୟକ୍ତିଗତ ତଥା ବୃତ୍ତିଗତ ସମସ୍ୟା ପଚାରି ବୁଝିଥିଲେ।

ଉପନିର୍ଦ୍ଦେଶକକୁ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ନୀଳାମ୍ବର ଶବର, ଭାରପ୍ରାପ୍ତ ଗ୍ରନ୍ଥାଗାରିକ ଲମ୍ବଧର ସାହୁ, ପ୍ରତିମା ସାହୁ ଏବଂ ଅନ୍ୟାନ୍ୟ କର୍ମଚାରୀବୃନ୍ଦ ସ୍ବାଗତ କରିଥିଲେ। ଏହାପରେ ଭବାନୀପାଟଣା ପରେ ଉପନିର୍ଦ୍ଦେଶକ ଧର୍ମଗଡ଼ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ସେଠାରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ସିଂହ ଏବଂ ସହକର୍ମୀ ଅଭି ସିଂହ ତାଙ୍କୁ ଭବ୍ୟ ସ୍ବାଗତ ଜଣାଇବା ସହ ଉପଖଣ୍ଡ କାର୍ଯ୍ୟାଳୟ ଓ ପାଠାଗାରର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଅବସରରେ ବିଭାଗର ଅବସରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲଙ୍କୁ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଗସ୍ତ ଦ୍ୱାରା ଜିଲାରେ ସୂଚନା ଓ ଲୋକସମ୍ପର୍କ ବିଭାଗର କାର୍ଯ୍ୟଧାରା ଅଧିକ ତ୍ୱରାନ୍ବିତ ହେବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?