ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍‌

ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉ ଜାରି ରଖିଛି।

କେନ୍ଦୁଝରର ପଣ୍ଡାପଡ଼ାସ୍ଥିତ ଶ୍ୱଶୁରଘର, ତେଲକୋଇସ୍ଥିତ ପୈତୃକ ଘର ଓ ଭୁବନେଶ୍ୱର ଏବଂ ତାଳଚେରରେ ଏହି ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ ଟିମ୍‌। ଚଢ଼ାଉ ଚାଲିଥିବାରୁ ମୋଟ୍‌ ସମ୍ପତ୍ତିର ଆକଳନ କରାଯାଇନାହିଁ। ପରେ ଏ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି। ଏହି ଚଢ଼ାଉରେ ୧୦ ଜଣ ଡିଏସ୍‌ପି, ୧୬ ଜଣ ଇନ୍ସପେକ୍ଟର, ୭ ଏସଆଇ/ ଏଏସଆଇ ସାମିଲ ହୋଇଛନ୍ତି।

୧. ଭୁବନେଶ୍ୱରର ପଟିଆସ୍ଥିତ ଫ୍ଲାଟ୍‌ ନମ୍ବର ୨୦୫, ସୁରେଖା ଅର୍କିଡ ଶିଶୁବିହାରର ଦ୍ୱିତୀୟ ମହଲା।

୨. ଏକ ଦୁଇ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ, ବାଦିନାଳି ସିଙ୍କୁଲାବାହାଲ, ଜଗମୋହନପୁର ତେଲକୋଇ, କେନ୍ଦୁଝରରେ ଅବସ୍ଥିତ କୋଠାର ୧୫ଟି ଦୋକାନ।

୩. ବାଦିନାଳି ସିଙ୍କୁଲାବାହାଲ, ଜଗମୋହନପୁର, ତେଲକୋଇ କେନ୍ଦୁଝରର ମାର୍କେଟ କମ୍ପ୍ଲେକ୍ସ ନିକଟରେ ନିର୍ମାଣାଧୀନ ଏକ ଦୁଇ ମହଲା କୋଠା।

୪. ଜଗମୋହନପୁର ତେଲକୋଇ, କେନ୍ଦୁଝରର ବାଦିନାଳି ସିଙ୍କୁଲାବାହାଲରେ ଗୋଟିଏ ମହଲା କୋଠା।

୫. କେନ୍ଦୁଝରର ତେଲକୋଇସ୍ଥିତ ଛାମୁଣ୍ଡା ଗ୍ରାମରେ ପୈତୃକ ଘର।

୬. ତାଳଚେରରେ ଅସ୍ଥାୟୀ ବାସସ୍ଥାନ

୭. ତାଳଚେରସ୍ଥିତ ତାଙ୍କ କାର୍ଯ୍ୟାଳୟ

୮. ଘଟଗାଁସ୍ଥିତ ପୁରମୁଣ୍ଡା ଗାଁରେ ତାଙ୍କ ସମ୍ପର୍କୀୟଙ୍କ ଘରେ ଏହି ରେଡ୍‌ ଚାଲିଛି।

ତାଳଚେର ପୂର୍ବରୁ ଧରଣୀଧର କେନ୍ଦୁଝରରେ କାର୍ଯ୍ୟରତ ଥିଲେ। ସେ ତାଳଚେରରେ ପ୍ରାୟ ୨ ବର୍ଷ ହେବ ରହିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?