ଅନାସ୍ଥା ଭୋଟ୍‌ରେ ହାରିଗଲେ ପୌର ଉପାଧ୍ୟକ୍ଷା, ଜିତିଲେ…

ରାୟଗଡ଼ା,୧୧ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟିଂ ଫଳାଫଳ ବୁଧବାର ପ୍ରକାଶ ପାଇଛି। ହାଇକୋର୍ଟରେ ରାୟ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ଫଳାଫଳ ଘୋଷଣା କରାଯାଇଛି। ଏହାପରେ ପଦ ହରାଇଛନ୍ତି ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡା। ଶୁଭ୍ରାଙ୍କ ବିପକ୍ଷରେ ୧୯ ଓ ସପକ୍ଷରେ ଦୁଇଟି ଭୋଟ ମିଳିଥିବା ନିର୍ବାଚନ ଅଧିକାରୀ ତଥା ଉପଜିଲାପାଳ ରମେଶ ଚନ୍ଦ୍ର ଜେନା ସୂଚନା ଦେଇଛନ୍ତି। ଏଥିପାଇଁ ରାୟଗଡ଼ା ପୌରପରିଷଦ କାର୍ଯ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ୨୦୨୫ ନଭେମ୍ବର ୨୪ରେ ଗଣତି ସରିଥିଲା। ତେବେ ଗଣତି ପରେ ଫଳାଫଳ ଘୋଷଣା ଉପରେ ରୋକ ଲଗାଇଥିଲେ ହାଇକୋର୍ଟ। ଏହାପରେ ଗତ ଫେବୃଆରୀ ୨୩ରେ ରୋକ ହଟାଇବା ସହିତ ଫଳାଫଳ ଘୋଷଣା ପାଇଁ ମାନ୍ୟବର ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଉକ୍ତ ରାୟ ପ୍ରକାରେ ଆଜି ପୌରପରିଷଦ କାର୍ଯ୍ୟାଳୟରେ ଫଳାଫଳ ଘୋଷଣା କରାଯାଇଛି। ହାଇକୋର୍ଟ ନିର୍ଦ୍ଦେଶ ନ ଦେବା ପର୍ଯ୍ୟନ୍ତ ଘୋଷଣା ହେବ ନାହିଁ ବୋଲି ନିର୍ବାଚନ ଅଧିକାରୀ ତଥା ରାୟଗଡ଼ା ଉପଜିଲାପାଳ ଜେନା ନଭେମ୍ବର ୨୪ରେ ସୂଚନା ଦେଇଥିଲେ। ଆଜି ଟ୍ରେଜେରୀରେ ରଖାଯାଇଥିବା ଗଣତି ଫାଇଲ ନେଇ ଉପଜିଲାପାଳ ପୌରପରିଷଦ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ପୌରପରିଷଦ କାର୍ଯ୍ୟାଳୟ ପରିସରରେ ଅନାସ୍ଥା ଆଣିଥିବା ସମସ୍ତ କାଉନସିଲର ଉପସ୍ଥିତିରେ ଉକ୍ତ ଫାଇଲ ଓ ପ୍ୟାକେଟ ଖୋଲିବା ସହ ଘୋଷଣା କରିଥିଲେ। ଗଣତି ପାଇଁ କାଉନସିଲରମାନେ ଉପସ୍ଥିତ ରହିଛନ୍ତି। ଗଣତି ପ୍ରକୋଷ୍ଠରେ ଉପଜିଲାପାଳଙ୍କ ସମେତ ଅନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଏହାକୁ ନେଇ ଆଜି ଉତ୍କଣ୍ଠା ଲାଗିଥିଲା। ପୌରପରିଷଦ କାର୍ଯ୍ୟାଳୟରେ ଗଣତି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ପ୍ରକାଶ ଥାଉକି, ପୂର୍ବତନ ଏମ୍‌ପି ଏନ.ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, ଜିଲାପରିଷଦ ପୂର୍ବତନ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ସମେତ ଅନେକ ବ୍ଲକ ଅଧ୍ୟକ୍ଷ, ଅଧ୍ୟକ୍ଷା, ରାୟଗଡ଼ା ପୌରପରିଷଦର ୧୯ ଜଣ କାଉନସିଲର ଏକକାଳୀନ ବିଜେଡ଼ି ଛାଡ଼ିଥିଲେ। ଏହାପରେ ରାୟଗଡ଼ା ପୌରପରିଷଦର ୨୪ ଜଣ କାଉନସିଲରଙ୍କ ମଧ୍ୟରୁ ବିଜେଡି ୧୯ ଜଣ କାଉନସିଲର କାର୍ଯ୍ୟରେ ଅସହଯୋଗ ଓ ମନମୁଖୀ କାର୍ଯ୍ୟକଳାପ ନେଇ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଏନେଇ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଇଥିଲେ। ଏହାପରେ ବିଧିବଦ୍ଧ ଭାବେ ପ୍ରକ୍ରିୟା କରାଯାଇ ଅକ୍ଟୋବର ୯ରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ହୋଇଥିଲା । ଏଥିରେ ବିଜେଡି ୨୦ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟିଂ କରିଥିଲେ। ତେବେ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ଦ୍ୱାରା ହାଇକୋର୍ଟରେ ଅନାସ୍ଥା ବିରୋଧରେ ହୋଇଥିବା ଆବେଦନ ପ୍ରକାରେ ହାଇକୋର୍ଟ ଗଣତି ଉପରେ ରହିତାଦେଶ ଜାରି କରିଥିଲେ। ହାଇକୋର୍ଟ ବିଚାରପତି ଏହାର ଶୁଣାଣି କରି ଗଣତି ହୋଇପାରିବ ଏବଂ ଫଳାଫଳ ନୋଟିଫିକେଶନ ଜାରି କରାଯାଇପାରିବ ନାହିଁ ବୋଲି ରାୟ ଦେଇଥିଲେ। ଫଳାଫଳ ଘୋଷଣା ପରେ କାଉନସିଲର ଓ ସେମାନଙ୍କ ସମର୍ଥକ ବିଜୟ ଉତ୍ସବ ପାଳନ କରିଥିଲେ। ବାଣ ଫୁଟାଇ ଚାଲି ଚାଲି ଯାଇଥିଲେ। ସମସ୍ତ ଶ୍ରେୟ ଭାସ୍କର ରାଓଙ୍କୁ ଦେଇଥିଲେ। ଫଳରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହାରିଥିବା ଚର୍ଚ୍ଚା ହେଉଛି। ଏଣେ ଆଜି ଫଳାଫଳ ଘୋଷଣା ବେଳେ ବିଜେଡି ପକ୍ଷରୁ କେହି ଉପସ୍ଥିତ ନ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?