ଉପବାଚସ୍ପତି ନିର୍ବାଚନ: ଆଜି ନାମାଙ୍କନ

ଭୁବନେଶ୍ୱର,୨୦୧୧(ସୁନିତ୍‌ ମିଶ୍ର): ବିଧାନସଭା ଶୀତକାଳୀନ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ତେବେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇପାରେ ବୋଲି ଅନେକ ମତ ଦେଉଛନ୍ତି। ଯଦି ବାସ୍ତବରେ ଏହା ହୁଏ ତେବେ ଏହି ଅଧିବେଶନ ବହୁ ଗୁରୁତ୍ୱ ରଖିବ। ତେଣୁ ଶାସକ ଦଳକୁ ଗୃହରେ ଘେରିବା ଲାଗି ବିରୋଧୀ ଏଥର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇପାରନ୍ତି। ତେବେ ୩ ଦଳ ସେମାନଙ୍କ ବିଧାୟକ ଦଳ ବୈଠକରେ କେଉଁସବୁ ପ୍ରସଙ୍ଗ ଉଠାଇବେ ସେନେଇ ଚୁଡାନ୍ତ କରିବେ। ଶାସକ ଦଳ ପକ୍ଷରୁ ବିରୋଧୀଙ୍କୁ ଘେରିବା ଲାଗି ରଣନୀତି ପ୍ରସ୍ତୁତ କରାଯିବ। ତେବେ ବିରୋଧୀ ଭାଜପା ପକ୍ଷରୁ ସୋମବାର ଅପରାହ୍ନ ୪ଟା ସମୟରେ ଦଳର ରାଜ୍ୟ କାର୍ଯ୍ୟାଳୟ ଠାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସେହିପରି କଂଗ୍ରେସ ବିଧାୟକ ଦଳ ବୈଠକ ମଙ୍ଗଳବାର ଦ୍ୱିପହର ସମୟରେ ଅନୁଷ୍ଠିତ ହେବ। ବିଜେଡି ବିଧାୟକ ଦଳ ବୈଠକ ମଧ୍ୟ ୨୧ ତାରିଖ ସକାଳ ୧୦ଟା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଅଧିବେଶନ ଆରମ୍ଭ ଦିନ ୯ଟା ୩୦ ମିନିଟ୍‌ରେ ଉପବାଚସ୍ପତି ପଦ ଲାଗି ନିର୍ବାଚନ ସମୟ ରଖାଯାଇଥିବା ବେଳେ ସୋମବାର ନାମାଙ୍କନ ଦାଖଲ ଲାଗି ସ୍ଥିର ହୋଇଛି। ତେବେ ବିଧାନସଭାର ଆସନ ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଏହି ପଦ ଲାଗି ବିରୋଧୀ ପ୍ରାର୍ଥୀ ଦେଇ ନ ପାରନ୍ତି। ଯେପରି ଗତ ବାଚସ୍ପତି ନିର୍ବାଚନ ବେଳେ ଦେଖିବାକୁ ମିଳିଥିଲା।
ତେବେ ଏହି ଅଧିବେଶନରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ବିରୋଧୀ ଉଠାଇବେ ବୋଲି କହିଛନ୍ତି। ଭାଜପା କହିଛି ଯେ, ଚାଷୀ ଆତ୍ମହତ୍ୟା ଏବେକାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି। ଚାଷୀ ସମସ୍ୟା,ବହୁ କେନ୍ଦ୍ର ଯୋଜନା ରାଜ୍ୟ ସରକାର ଲାଗୁ ନ କରିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମୋ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଦଳୀୟ ଚିହ୍ନର ବ୍ୟବହାର, ରାଜ୍ୟରେ ଦୁର୍ନିତୀ ବଢିଚାଲିବା ଆଦି ପ୍ରସଙ୍ଗରେ ଶାସକ ଦଳ ଗୃହରେ ଘେରିବେ ବୋଲି କହିଛି।
ସେହିପରି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଯେ, ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ଚାଷୀ ସମସ୍ୟା, ଧାନମଣ୍ଡିରୁ ଧାନ ନ ଉଠିବା, ଚାଷୀ ଆତ୍ମହତ୍ୟା, ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ନିୟମକୁ ଅଣଦେଖା କରାଯିବା, ପଞ୍ଚାୟତ ପ୍ରତିନିଧିମାନଙ୍କ କ୍ଷମତା ହରଣ ଆଦି ପ୍ରସଙ୍ଗରେ ଗୃହରେ ଶାସକ ଦଳକୁ ଘେରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?