ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଉପବାଚସ୍ପତି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ବର୍ତ୍ତମାନ ସମୟରେ ଓଡ଼ିଶାର ସୁନ୍ଦରଗଡ ଜିଲା ହେମଗିର ବ୍ଲକ ଓ କୋଇଡା ଅଞ୍ଚଳରେ ବ୍ୟାପକ ଭାବେ ଅବୈଧ କୋଇଲା, ଆଇରନ ଏବଂ ମାଙ୍ଗାନିଜ ଖନନ ଚାଲିଛି। ଉପରୋକ୍ତ ଜଙ୍ଗଲ ଅଞ୍ଚଳରେ ଏହି କାର୍ଯ୍ୟକଳାପ ହେଉଥିବାରୁ ପରିବେଶ, ଜନଜୀବନ ଏବଂ ସ୍ଥାନୀୟ ବାସିନ୍ଦାଙ୍କ ପ୍ରତି ମହାବିପଦ ସୃଷ୍ଟି ହୋଇଛି। ଖଣି ମାଫିଆମାନେ ଭାରି ଯନ୍ତ୍ରପାତି ସହିତ ଅବୈଧ ଖନନ କରୁଛନ୍ତି। ରାଜ୍ୟର ବିଭିନ୍ନ ଅଞ୍ଚଳ ସହ ପଡ଼ୋଶୀ ରାଜ୍ୟକୁ ମଧ୍ୟ ଚୋରା ଚାଲଣ ହେଉଛି। ବହୁ ସ୍ଥାନରେ ଜିଲା ପ୍ରଶାସନ, ଜଙ୍ଗଲ ବିଭାଗ, ଜିଲା ଖଣି ଅଧିକାରୀ ଦାୟିତ୍ୱରେ ଥିବା ବିଭାଗର ଅନ୍ୟ କର୍ମଚାରୀଙ୍କ ଅଭିଜ୍ଞତାର ଅଭାବ କିମ୍ବା ସହଯୋଗ ହୀନତା ଦେଖିବାକୁ ମିଳୁଛି ବୋଲି ରାଜ୍ୟ ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ କହିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗତ ୮ ତାରିଖରେ ଉପବାଚସ୍ପତି ଏନେଇ ଏକ ଚିଠି ଲେଖି ସେଥିରେ ଉଲ୍ଲେଖ କରିଛନ୍ତି, ବଣାଇ ଉପଖଣ୍ଡର ମୂଷାପୋଷ ପଥର ଖଣି ମଧ୍ୟ ଲୁଟ ହେଉଛି। ଏହିସବୁ ଘଟଣା ଜିଲା ପ୍ରଶାସନର ଦୁର୍ବଳତା ଦର୍ଶାଉଛି। ଅବୈଧ ଖଣି ଖନନ ବିରୋଧରେ ତୁରନ୍ତ ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ କରାଯାଉ। ଅଭିଯୁକ୍ତ ମାଫିଆ ଓ ସହୟୋଗ କରୁଥିବା କର୍ମଚାରୀଙ୍କ ବିରୋଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ଅବୈଧ ଖଣି ଖନନ ରୋକିବାକୁ ଏକ ବିଶେଷ ଟାକ୍ସଫୋର୍ସ ଗଠନ କରାଯାଉ। ଜଙ୍ଗଲ ଓ ପରିବେଶ ସୁରକ୍ଷା ପାଇଁ ସ୍ଥାନୀୟ ଗ୍ରାମବାସୀଙ୍କ ସହଯୋଗ ଜନସଚେତନତା ଅଭିଯାନ ଆରମ୍ଭ ହେଉ। ରାଜ୍ୟର ସମସ୍ତ ବର୍ଡର ଅଞ୍ଚଳରେ ଜୋର୍‌ଦାର ଚେକିଂ କରାଯାଉ। ଏହା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଶା କରୁଥିବା ଉପବାଚସ୍ପତି ତାଙ୍କ ଚିଠିରେ ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri