ମାଟ୍ରିକ୍‌ ପରୀକ୍ଷା କେନ୍ଦ୍ରର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ

ଭାପୁର/ଖଣ୍ଡପଡ଼ା,୧୭ା୩(ଡି.ଏନ୍‌.ଏ.): ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ମୋବାଇଲ ଖୋଲାରଖି ପରୀକ୍ଷା ପରିଚାଳନା କରିବା ଦାୟିତ୍ୱରେ ଥିବା ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ମହଙ୍ଗା ପଡ଼ିଛି। ଏଥିପାଇଁ ନୟାଗଡ଼ ଜିଲା ଭାପୁର ବ୍ଲକ୍‌ ବାଇଗୁଣିଆଁ ତନ୍ତୁବାୟ ସହଯୋଗ ସରକାରୀ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅର୍ପିତା ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ପରୀକ୍ଷା ଚାଲିଥିବା ସମୟରେ ନୟାଗଡ଼ ଜିଲା ଶିକ୍ଷାଧିକାରୀ ଅକ୍ରୂର ବାରିକ ଗୁରୁବାର ହଠାତ୍‌ ସେହି ବିଦ୍ୟାଳୟକୁ ପରିଦର୍ଶନରେ ଯାଇଥିଲେ। ପରୀକ୍ଷା ସମୟରେ ୪ ଜଣ ଶିକ୍ଷକଙ୍କ ମୋବାଇଲ ଖୋଲାଥିବା ଶିକ୍ଷାଧିକାରୀ ଦେଖିବାକୁ ପାଇଥିଲେ। ସମ୍ପୃକ୍ତ ୪ ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ନାୟକଙ୍କ ପରୀକ୍ଷା କେନ୍ଦ୍ର ବିଧି ବ୍ୟବସ୍ଥାରେ ପରିଚାଳନା ଗତ ତ୍ରୁଟିି ଯୋଗୁ ତାଙ୍କୁ ଶିକ୍ଷାଧିକାରୀ କାର୍ଯ୍ୟରୁ ନିଲମ୍ବିତ କରିଥିବା ବିଇଓ ଜୟନ୍ତୀ ସାହୁ ସୂଚନା ଦେଇଛନ୍ତି। ଏନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧ୍ରୁବଚରଣ ରାଉତଙ୍କୁ ପଚାରିବାରୁ ସେ କହିଥିଲେ, ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ଶିକ୍ଷକମାନଙ୍କ ମୋବାଇଲ ସୁଇଚ୍‌ ଅଫ୍‌ ନ ଥିଲେ ମଧ୍ୟ ଫ୍ଲାଇଟ୍‌ ମୋଡ୍‌ ଓ ସାଇଲେନ୍ସ ମୋଡରେ ଥିଲା। ମୋବାଇଲରେ ହାତ ବାଜି ଯିବାରୁ ମୋବାଇଲ ସୁଇଚ୍‌ ଅନ୍‌ ଥିବା ଜାଣି ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ସାମାନ୍ୟ ଘଟଣାରେ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯିବା ଠିକ୍‌ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri