Posted inଜାତୀୟ

କଂଗ୍ରେସକୁ ବଡ଼ ଝଟ୍‌କା: ୫କାଉନସିଲର ଛାଡିଲେ ହାତ

ଚଣ୍ଡିଗଡ଼,୨୭।୪: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ପରିସର ଏବେ ବୃଦ୍ଧି ପାଇବାରେ ଲାଗିଛି। ଡେରା ବାସି ମ୍ୟୁନିସିପାଲିଟିର ୫ଜଣ କାଉନସିଲର ଏଏପିରେ ଯୋଗଦେଇଛନ୍ତି। ଡେରା ବାସିର ଏଏପି ବିଧାୟକ କୁଲଜିତ୍‌ ରାନ୍ଧୱା ଏନେଇ ଦାବି କରିଛନ୍ତି। କୁଲଜୀତ ରନ୍ଧଓ୍ବାଙ୍କ ସହ ୫ଜଣ କାଉନ୍‌ସିଲରଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅନ୍ୟପଟେ କଂଗ୍ରେସ ଏହି ଦାବିକୁ ପ୍ରତ୍ୟାଖ୍ୟାନ କରିଛି। କଂଗ୍ରେସ କହିଛି ଯେ, ଏହି କାଉନସିଲରମାନେ ଏକ ସାମାଜିକ କାର୍ଯ୍ୟକ୍ରମ ପାଇଁ ବିଧାୟକଙ୍କ ସହ ନଜର ଆସିଥିଲେ। କିନ୍ତୁ ଯେଉଁ ଫଟୋ ଏବେ ସାମ୍ନାକୁ ଆସିଛି ସେଥିରେ କଂଗ୍ରେସ କାଉନସିଲର ହରଜିତ ସିଂ, ନେହା ଶର୍ମା, ରେଣୁୁ ନେହେରୁ ଏବଂ ଅଜିତ ପାଲଙ୍କ ବେକରେ ଏଏପି ପାର୍ଟିର ପ୍ରତୀକ ମଫଲରକୁ ଦେଖିବାକୁ ମିଳିଛି। ଅପରପକ୍ଷେ ଡେରା ବାସିର ବିଧାୟକ କହିଛନ୍ତି, ସମସ୍ତ ୫ଜଣ କାଉନସିଲର ଏଏପିରେ ଯୋଗ ଦେଇଛନ୍ତି। ମିଳିତ ଭାବେ ଆମେ ବିଧାନସଭା ନିର୍ବାଚନମଣ୍ଡଳୀର ବିକାଶ କରିବୁ ବୋଲି କୁଲଜିତ ରନ୍ଧଓ୍ବା କହିଛନ୍ତି। ସୂଚାଯୋଗ୍ୟ, ପଞ୍ଜାବ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଅନେକ କଂଗ୍ରେସ ନେତା ସେମାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଅଛନ୍ତି। ଏହାପୂର୍ବରୁ ଅମୃତସରରେ ମଧ୍ୟ କଂଗ୍ରେସ ଦଳର ଅନେକ କାଉନସିଲର ଏଏପିରେ ଯୋଗଦେଇଥିଲେ। ବର୍ତ୍ତମାନ ଆଉ କେତେକ ସ୍ଥାନରେ ବି ସମାନ ଘଟଣା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri