Posted inଜାତୀୟ

ରାମ ରହିମ୍‌ଙ୍କୁ ଆଜୀବନ ଜେଲ୍‌

ନୂଆଦିଲ୍ଲୀ,୧୮।୧୦: ରଣଜିତ ସିଂ ହତ୍ୟା ମାମଲାରେ ସୋମବାର ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ଡେରାମୁଖୀ ରାମ ରହିମଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ରାମ ରହୀମଙ୍କ ଉପରେ ୩୧ ଲକ୍ଷ ଟଙ୍କା ଜୋରିମାନା ମଧ୍ୟ ଦିଆଯାଇଛି। ଅନ୍ୟପକ୍ଷରେ ଅନ୍ୟ ଅଭିଯୁକ୍ତଙ୍କ ଉପରେ ୫୦ ହଜାର ଟଙ୍କା ଜୋରିମନା ଲଗାଯାଇଛି। ଗତ ମଙ୍ଗଳବାର କୋର୍ଟ ଏହି ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ ଏବଂ ଅକ୍ଟୋବର ୧୮ରେ ଦଣ୍ଡ ଘୋଷଣା ପାଇଁ ସ୍ଥିର କରାଯାଇଥିଲା। ସୁରକ୍ଷାକୁ ଦୃଷ୍ଟିରେ ରଖି ହରିୟାଣାର ପଞ୍ଚକୁଲା ଜିଲାରେ ୧୪୪ ଧାରା ଲାଗୁ କରାଯାଇଛି।
ଜୁଲାଇ ୧୦, ୨୦୦୨ରେ, ଡେରାର ପରିଚାଳନା କମିଟିର ସଦସ୍ୟ ଥିବା କୁରୁକ୍ଷେତ୍ରର ରଞ୍ଜିତ ସିଂଙ୍କୁ ହତ୍ୟା କରାଯାଇଥିଲା। ପୋଲିସର ତଦନ୍ତରେ ଅସନ୍ତୁଷ୍ଟ ହୋଇ ରଣଜିତଙ୍କ ପିତା ଜାନୁଆରୀ ୨୦୦୩ ରେ ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ଏହି ଘଟଣାର ତଦନ୍ତ ବେଳେ ସିବିଆଇ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ୨୦୦୭ରେ, କୋର୍ଟ ଅଭିଯୁକ୍ତଙ୍କ ଉପରେ ଅଭିଯୋଗ କରିଥିଲେ। ସାଧବୀଙ୍କ ଯୌନ ଶୋଷଣ ମାମଲାରେ ଗୁରୁମିତ ରାମ ରହୀମଙ୍କୁ ୨୦ ବର୍ଷ ଦଣ୍ଡିତ କରାଯାଇଛି ଏବଂ ସେ ଖବରଦାତା ରାମଚନ୍ଦ୍ର ଛତ୍ରପତି ହତ୍ୟା ମାମଲାରେ ସୁନାରିଆ ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri