Posted inଜାତୀୟ

ବିମୁଦ୍ରୀକରଣ ଆର୍ଥିକ ଗଣହତ୍ୟା: ବିରୋଧୀ

ନୂଆଦିଲ୍ଲୀ,୯।୧୧(ପି.ଟି.): ନରେନ୍ଦ୍ର ମୋଦି ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତିକୁ ବିରୋଧୀ ଦଳଗୁଡ଼ିକ ଆର୍ଥିକ ଗଣହତ୍ୟା, ଆପରାଧିକ କାର୍ଯ୍ୟ ଏବଂ ସଂଗଠିତ ଲୁଟ୍‌ ବୋଲି କହିଛନ୍ତି। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଚଳିତ ୫୦୦ ଏବଂ ୧,୦୦୦ ଟଙ୍କିଆ ନୋଟଗୁଡ଼ିକୁ ଅଚଳ ଘୋଷଣା କରିବାରୁ ଦେଶବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। କଳାଧନ ଏବଂ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବା ସହ ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ବିମୁଦ୍ରୀକରଣର ମୁଖ୍ୟ ଲକ୍ଷ୍ୟ ବୋଲି ସେତେବେଳେ ସରକାର କହିଥିଲେ। ତେବେ ଏଥିରୁ କୌଣସି ଲକ୍ଷ୍ୟ ପୂରଣ ହୋଇ ନ ଥିବାବେଳେ ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଥିବାରୁ ବିରୋଧୀ ଦଳଗୁଡ଼ିକ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ବିମୁଦ୍ରୀକରଣ ସ୍ବାଧୀନ ଭାରତରେ ସର୍ବବୃହତ୍‌ ସଂଗଠିତ ଲୁଟ୍‌ ଥିଲା ବୋଲି କଂଗ୍ରେସ ଅଭିଯୋଗ କରିବା ସହ ମୋଦି ସରକାରଙ୍କଠାରୁ ଏହା ଉପରେ ଶ୍ୱେତପତ୍ର ଦାବି କରିଛି। ‘୬ ବର୍ଷର ସଂଗଠିତ ଓ ବୈଧିକ ଲୁଟ୍‌’ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଟୁଇଟ୍‌ କରିଛନ୍ତି। ବିମୁଦ୍ରୀକରଣ ବିପର୍ଯ୍ୟୟରେ ପ୍ରାଣ ହରାଇଥିବା ୧୫୦ ଜଣଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କର ଦୁଇ ତିନି ଜଣ କୋଟିପତି ବନ୍ଧୁଙ୍କୁ ଭାରତୀୟ ଅର୍ଥନୀତିରେ ମନମାନି କରିବାକୁ ଜାଣିଶୁଣି ସୁଯୋଗ ଦେଇଥିଲେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ବିମୁଦ୍ରୀକରଣ ଏକ ପ୍ରତାରଣା ଥିଲା ବୋଲି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖପାତ୍ର ଡେରେକ୍‌ ଓ’ବ୍ରିଏନ୍‌ କହିଛନ୍ତି। ନିଷ୍ପତ୍ତି ପ୍ରତ୍ୟାହାର କରିନେବାକୁ ସେତେବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହ୍ବାନ ଦେଇଥିଲେ। ନୋଟବନ୍ଦୀ ସରକାରଙ୍କର ଏକ ଆପରାଧିକ କାର୍ଯ୍ୟ ଥିଲା ବୋଲି ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଅଭିଯୋଗ କରିଛନ୍ତି। ମୋଦି ସରକାର ଭାରତୀୟ ଅର୍ଥନୀତି ହତ୍ୟାର ୬ ବର୍ଷ ପୂର୍ତ୍ତି ପାଳନ କରୁଛନ୍ତି, ଯେତେବେଳେ ଦେଶରେ ନଗଦ ଅର୍ଥ କାରବାର ୩୦.୮୮ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ମୁଦ୍ରାସ୍ଫୀତି ବେଳେ ଜନସାଧାରଣ ସହିଥିବା ଯନ୍ତ୍ରଣା ସବୁଠୁ ବଡ଼ ଜୁମ୍‌ଲା ଥିଲା ବୋଲି ୟେୁଚରୀ ଟୁଇଟ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତିର ଅନୁଧ୍ୟାନ କରି ବିମୁଦ୍ରୀକରଣ ଉପରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ ବୋଲି ସିପିଆଇ ନେତା ବିନୟ ବିଶ୍ୱମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri