Posted inଜାତୀୟ

ବିମୁଦ୍ରୀକରଣ ଆର୍ଥିକ ଗଣହତ୍ୟା: ବିରୋଧୀ

ନୂଆଦିଲ୍ଲୀ,୯।୧୧(ପି.ଟି.): ନରେନ୍ଦ୍ର ମୋଦି ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତିକୁ ବିରୋଧୀ ଦଳଗୁଡ଼ିକ ଆର୍ଥିକ ଗଣହତ୍ୟା, ଆପରାଧିକ କାର୍ଯ୍ୟ ଏବଂ ସଂଗଠିତ ଲୁଟ୍‌ ବୋଲି କହିଛନ୍ତି। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଚଳିତ ୫୦୦ ଏବଂ ୧,୦୦୦ ଟଙ୍କିଆ ନୋଟଗୁଡ଼ିକୁ ଅଚଳ ଘୋଷଣା କରିବାରୁ ଦେଶବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। କଳାଧନ ଏବଂ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବା ସହ ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ବିମୁଦ୍ରୀକରଣର ମୁଖ୍ୟ ଲକ୍ଷ୍ୟ ବୋଲି ସେତେବେଳେ ସରକାର କହିଥିଲେ। ତେବେ ଏଥିରୁ କୌଣସି ଲକ୍ଷ୍ୟ ପୂରଣ ହୋଇ ନ ଥିବାବେଳେ ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଥିବାରୁ ବିରୋଧୀ ଦଳଗୁଡ଼ିକ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ବିମୁଦ୍ରୀକରଣ ସ୍ବାଧୀନ ଭାରତରେ ସର୍ବବୃହତ୍‌ ସଂଗଠିତ ଲୁଟ୍‌ ଥିଲା ବୋଲି କଂଗ୍ରେସ ଅଭିଯୋଗ କରିବା ସହ ମୋଦି ସରକାରଙ୍କଠାରୁ ଏହା ଉପରେ ଶ୍ୱେତପତ୍ର ଦାବି କରିଛି। ‘୬ ବର୍ଷର ସଂଗଠିତ ଓ ବୈଧିକ ଲୁଟ୍‌’ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଟୁଇଟ୍‌ କରିଛନ୍ତି। ବିମୁଦ୍ରୀକରଣ ବିପର୍ଯ୍ୟୟରେ ପ୍ରାଣ ହରାଇଥିବା ୧୫୦ ଜଣଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କର ଦୁଇ ତିନି ଜଣ କୋଟିପତି ବନ୍ଧୁଙ୍କୁ ଭାରତୀୟ ଅର୍ଥନୀତିରେ ମନମାନି କରିବାକୁ ଜାଣିଶୁଣି ସୁଯୋଗ ଦେଇଥିଲେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ବିମୁଦ୍ରୀକରଣ ଏକ ପ୍ରତାରଣା ଥିଲା ବୋଲି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖପାତ୍ର ଡେରେକ୍‌ ଓ’ବ୍ରିଏନ୍‌ କହିଛନ୍ତି। ନିଷ୍ପତ୍ତି ପ୍ରତ୍ୟାହାର କରିନେବାକୁ ସେତେବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହ୍ବାନ ଦେଇଥିଲେ। ନୋଟବନ୍ଦୀ ସରକାରଙ୍କର ଏକ ଆପରାଧିକ କାର୍ଯ୍ୟ ଥିଲା ବୋଲି ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଅଭିଯୋଗ କରିଛନ୍ତି। ମୋଦି ସରକାର ଭାରତୀୟ ଅର୍ଥନୀତି ହତ୍ୟାର ୬ ବର୍ଷ ପୂର୍ତ୍ତି ପାଳନ କରୁଛନ୍ତି, ଯେତେବେଳେ ଦେଶରେ ନଗଦ ଅର୍ଥ କାରବାର ୩୦.୮୮ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ମୁଦ୍ରାସ୍ଫୀତି ବେଳେ ଜନସାଧାରଣ ସହିଥିବା ଯନ୍ତ୍ରଣା ସବୁଠୁ ବଡ଼ ଜୁମ୍‌ଲା ଥିଲା ବୋଲି ୟେୁଚରୀ ଟୁଇଟ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତିର ଅନୁଧ୍ୟାନ କରି ବିମୁଦ୍ରୀକରଣ ଉପରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ ବୋଲି ସିପିଆଇ ନେତା ବିନୟ ବିଶ୍ୱମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?