ଚାଳଛପର ତଳେ ପାଠପଢ଼ା

ଖପ୍ରାଖୋଲ, ୧୩ା୩(ଡି.ଏନ.ଏ.):ସରକାର ଶିକ୍ଷାର ବିକାଶ ପାଇଁ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣ କରୁଛନ୍ତି। ଛାତ୍ରୀଛାତ୍ରଙ୍କୁ ସ୍କୁଲପ୍ରତି ଆକୃଷ୍ଟ କରିବା ପାଇଁ ସୋନ୍ଦର୍ଯ୍ୟକରଣ କରାଯାଇ ଶିକ୍ଷଣୀୟ ପରିବେଶ ସୃଷ୍ଟି କରାଯାଉଛି। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ଅନ୍ତର୍ଗତ ଲୁହାଖାନ ପ୍ରାଥମିକ ବିଦ୍ୟାଳୟ ଦେଖିଲେ ଜାଣି ହେଉଛି ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର। ବିଦ୍ୟାଳୟଟି ବ୍ଲକ ସଦର ମହକୁମାଠାରୁ ପ୍ରାୟ ୫୦ କିମି ଦୂରରେ ଅବସ୍ଥିତ। ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ଥିବା ବେଳେ ୩୯ ଜଣ ଛାତ୍ରୀ ଛାତ୍ର ଅଧ୍ୟୟନ କରୁଛନ୍ତି। ଦୁଇ ଜଣ ଶିକ୍ଷକ ଅଛନ୍ତି। ହେଲେ ବିଦ୍ୟାଳୟରେ ପଢିବା ପାଇଁ ଭଲ ଶ୍ରେଣୀଗୃହ ନାହିଁ। ଗ୍ରାମବାସୀଙ୍କ ସହାୟତାରେ ନଡ଼ା ଛପର ଛାମୁଡିଆ ନିର୍ମାଣ କରାଯାଇଛି। ଆଉ ଏହି ଛପର ତଳେ ପଢୁଛନ୍ତି ଛାତ୍ରୀଛାତ୍ର। ଏନେଇ ଗ୍ରାମବାସୀ ଅନେକଥର ପ୍ରଶାସନକୁ ଜଣାଇଥିଲେ ମଧ୍ୟ କିଛି ଲାଭ ହୋଇନାହିଁ। ବିଦ୍ୟାଳୟ ୧୯୭୩ରେ ଆରମ୍ଭ ହୋଇଥିବା ବେଳେ ଦୁଇଟି କୋଠରି ମଧ୍ୟ ରହିଛି। ହେଲେ ତାହା ବିପଦସଙ୍କୁଳ ହୋଇଥିବା ବେଳେ ସିମେଣ୍ଟ ଅତଡ଼ା ଖସୁଛି। ଫଳରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ କିଛି ମାସ ଗଛତଳେ ଶିକ୍ଷାଦାନ ହେଉଥିବା ବେଳେ ପରେ ଗ୍ରାମବାସୀ ଏକ ନଡ଼ା ଛପର ଛାମୁଡିଆ କରିଦେଇଛନ୍ତି। ଏ ନେଇ ଖପ୍ରାଖୋଲ ବ୍ଲକ ସହ ଶିକ୍ଷା ଅଧିକାରୀ ମିନିକେତନ ବରିହାଙ୍କୁ ପଚାରିବାରୁ ବିଦ୍ୟାଳୟ ସମସ୍ୟା ସମ୍ପର୍କରେ ଅବଗତ ଅଛୁ। ଶିକ୍ଷା ବିଭାଗରୁ ଏବେ ନିର୍ମାଣ କାମ ହେଉ ନଥିବା ବେଳେ କୋଠା ପାଇଁ ବ୍ଲକ ପ୍ରଶାସନକୁ ଅବଗତ କରାଯାଇଛି। ଖରାଦିନ ମଧ୍ୟରେ ଘର କରିବାକୁ ଚେଷ୍ଟା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri