୬ ମାସ ମଧ୍ୟରେ ସ୍ଥାନାନ୍ତର ହେବ ଦେଶୀ ମଦ ଭାଟି

ବଡ଼ଗାଁ, ୧୦।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାକୁ ଗସ୍ତରେ ଆସିଥିବା ଜାତୀୟ ଜନଜାତି ଆୟୋଗ ସଦସ୍ୟ ଅନନ୍ତ ନାୟକ ରାଉରକେଲାରେ ଶନିବାର ଆୟୋଜିତ ଆଦିବାସୀ ମହୋତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲାବେଳେ ରବିବାର ବଡ଼ଗାଁ ବ୍ଲକର ଭୋଇପାଲି ଗ୍ରାମକୁ ଆସି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ଜନଜାତି ଆୟୋଗ ସଦସ୍ୟ ନାୟକ ମାନସିକ କରିଥିବାରୁ ପ୍ରଥମେ ଗୋଣ୍ଡ ସମାଜର ଆରାଧ୍ୟା ଦେବତା ଶ୍ରୀ ଜଂଘା ବଡଦେଓଙ୍କ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଏହା ପରେ ସେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। କୁରେଇବଗା ଗ୍ରାମରେ ୫୦ବର୍ଷ ହେଲା ଚାଷ କରିଆସୁଥିବା ଜଣେ ଆଦିବାସୀଙ୍କ ଦଖଲ ଜମିକୁ ରାଜସ୍ବ ବିଭାଗ ନେଇଯିବା, ପାଣ୍ଡେରପାଲି ଗାଁରେ ୪୦ ବର୍ଷ ଚାଷ କରିଆସୁଥିବା ବ୍ୟକ୍ତିଙ୍କୁ ଜଙ୍ଗଲ ଜମି ଅଧିକାର ଦିଆଯାଇ ନ ଥିବା, ବଡ଼ଗାଁ ସରକାରୀ ଲାଇସେନ୍ସପ୍ରାପ୍ତ ଦେଶୀ ମଦ ଭାଟି ସ୍ଥାନାନ୍ତର ଆଦି ଆଉ କେତେକ ଅଭିଯୋଗ ଗ୍ରାମବାସୀ ଜନଜାତି ଆୟୋଗ ସଦସ୍ୟ ନାୟକଙ୍କୁ ଜଣାଇଥିଲେ। ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିବା ପରେ ସେଠାରେ ଉପସ୍ଥିତ ଅଧିକାରୀମାନଙ୍କୁ ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଗ୍ରାମବାସୀ ଦେଶୀ ମଦଭାଟି ଜନବସତି ମଧ୍ୟରେ ଥିବା ଓ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ରାସ୍ତା ପାଶର୍‌ବରେ ଥିବାରୁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ସ୍ଥାନାନ୍ତର କରାଯାଉ ନ ଥିବା ଜଣାଇ ତୁରନ୍ତ ଏହା ଉପରେ ପଦକ୍ଷେପ ନେବାକୁ ଦାବି କରିଥିଲେ। ଏ ନେଇ ଜନଜାତି ଆୟୋଗ ସଦସ୍ୟ ଅନନ୍ତ ନାୟକ ଜିଲା ଅବକାରୀ ଅଧୀକ୍ଷକ ନରୋତ୍ତମ ମିଶ୍ରଙ୍କୁ କେତେମାସ ମଧ୍ୟରେ ଭାଟି ସ୍ଥାନାନ୍ତର କରିବେ ପ୍ରଶ୍ନ କରିଥିଲେ। ଅବକାରୀ ଅଧୀକ୍ଷକ ମିଶ୍ର ୬ ମାସ ମଧ୍ୟରେ ଭାଟି ସ୍ଥାନାନ୍ତର କରିଦିଆଯିବ ବୋଲି ସେଠାରେ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ସାରଙ୍ଗଧର ବରିହା, ପିଡବ୍ଲ୍ୟୁଡିର ଏଇଇ ଦିଲ୍ଲୀପ କୁମାର ପତି, ସହକାରୀ ଯନ୍ତ୍ରୀ ସୁରଥ ନାଏକ, ଏସଇ ମୂରଲୀଧର ମିଶ୍ର, ବଡ଼ଗାଁ ବ୍ଲକ ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମାଝିଙ୍କ ସହିତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri