Posted inଫୁରସତ

ଚର୍ଚ୍ଚାରେ ମହିଳା ଆଇଏଏସ୍‌ ଅଫିସରଙ୍କ ଦେଶୀ ଲୁକ୍‌

ଜୟପୁର, ୩୧।୭: ଅନେକ ଲୋକ ବଡ଼ ପଦବୀରେ ଅବସ୍ଥାପିତ ହେବାପରେ ଆଧୁନିକତାର ଆଲୋକରେ ହଜିଯାଇ ସର୍ବପ୍ରଥମେ ନିଜ ପରମ୍ପରାକୁ ଭୁଲିଯାଆନ୍ତି। କିନ୍ତୁ ରାଜସ୍ଥାନର ମହିଳା ଆଇଏଏସ୍‌ ଅଫିସର ମୋନିକା ଯାଦବ ସମ୍ପୂର୍ଣ୍ଣ ରୂପେ ଏହାର ବିପରୀତ। ମୋନିକାଙ୍କ ଦେଶୀ ଲୁକ୍‌ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି। ଫଟୋ ଭାଇରାଲ ହେବା ପଛରେ ଆଇଏଏସ୍‌ ଅଫିସର ମୋନିକାଙ୍କ ସରଳତା ଓ ପରମ୍ପରା ପ୍ରତି ରହିଥିବା ଦୁର୍ବଳତା ପ୍ରମୁଖ ଅଟେ। ଏହି କାରଣରୁ ଝିଅ ଜନ୍ମ ହେବାପରେ ମୋନିକା ପ୍ରଥମେ ତାଙ୍କ ପରମ୍ପରାକୁ ଅନୁସରଣ କରିଥିଲେ।
ସିକର ଜିଲାର ଶ୍ରୀମାଦୋରପୁର ତହସିଲ ଲିସାଦିଆ ଗ୍ରାମର ମୋନିକା ଯାଦବ ଜଣେ ଆଇଏଏସ୍‌ ଅଫିସର। ମୋନିକା ୨୦୧୭ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ୪୦୩ତମ ର଼୍ୟାଙ୍କ ଲାଭ କରିଥିଲେ। ଏହାପରେ ସେ ଭାରତୀୟ ରେଳ ଟ୍ରାଫିକ ସେବା ପାଇଁ ମନୋନୀତ ହୋଇଥିଲେ। ଆଇଏଏସ୍‌ ଅଫିସର ସୁଶୀଲ ଯାଦବଙ୍କୁ ବିବାହ କରିଥିବା ମୋନିକା ଗତ ମାର୍ଚ୍ଚରେ ଏକ କନ୍ୟା ସନ୍ତାନ ପ୍ରସବ କରିଥିଲେ ଏବଂ ସେ ବର୍ତ୍ତମାନ ମାଟରନିଟି ଲିଭରେ ରହିଛନ୍ତି। ମାତୃତ୍ୱ ଲାଭ  ପରେ ମୋନିକା ଏକ ଶାଢ଼ୀ ପିନ୍ଧି ମୁଣ୍ଡରେ ଓଢ଼ଣୀ ଦେଇ ଝିଅକୁ କୋଳରେ ଧରିଥିବାର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥିରୁ ତାଙ୍କର ସାମାଜିକ ପରମ୍ପରା ସହିତ ରହିଥିବା ଘନିଷ୍ଠତା ଜଣାପଡ଼ୁଛି। ମୋନିକାଙ୍କ ଏହି ଫଟୋକୁ ଲୋକମାନେ ବେଶ୍‌ ପ୍ରଶଂସା କରିବା ସହିତ ଗାଁ ପ୍ରତି ରହିଥିବା ମମତ୍ୱକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri