ନିର୍ମାଣାଧୀନ ହଷ୍ଟେଲ ନିକଟରେ ରହିଛି ଦେଶୀ ମଦଭାଟି

ଉମରକୋଟ, ୨୯।୩(ସ୍ବ.ପ୍ର.): ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ନୂତନ ଭାବେ ତିଆରି କରାଯାଉଥିବା ହଷ୍ଟେଲ ନିକଟରେ ଦେଶୀ ମଦ ଭାଟିକୁ ନେଇ ବୁଦ୍ଧିଜୀବୀ ମହଲରେ ନାପସନ୍ଦ କରାଯାଉଛି। ଉମରକୋଟ ପୌରାଞ୍ଚଳ ଅଧୀନ ଝରିଗାଁ ରୋଡ଼ସ୍ଥିତ ଭସ୍କେଲ ନଦୀ କଡ଼ରେ ରାଜ୍ୟ ସରକାରଙ୍କ ସହାୟତାରେ ଏକ ଛାତ୍ରାବାସ ତିଆରି କରାଯାଇଛି। ଯାହାର କୋଠା କାମ ପ୍ରାୟ ସରିବାକୁ ଗଲାଣି। ଅତିଶୀଘ୍ର ସଂଶ୍ଳିଷ୍ଟ ବିଭାଗକୁ ବିଲ୍ଡିଂ ହସ୍ତାନ୍ତର କରାଯିବା ନେଇ ସୂଚନା ମିଳିଛି। କିନ୍ତୁ ଉକ୍ତ କୋଠା ପାର୍ଶ୍ୱରେ ଏକ ଦେଶୀ ମଦ ଭାଟି ରହିଛି ଯାହାକି ସରକାର ସ୍ବୀକୃତି ପ୍ରାପ୍ତ ଦେଶୀ ମଦ ଭାଟି। ଦେଶୀ ମଦଭାଟି ପାଇଁ ୨୩/୫ ନୂଆଗୁଡା ମୌଜା ପ୍ଲଟ ନମ୍ବର ୧୪୧ ଅଧିନ ୮୦ ସେଣ୍ଟ ଜଗା କୁ ତିନିବର୍ଷ ପାଇଁ ପ୍ରାୟ ୧୫ ଲକ୍ଷ୍ୟ ଟଙ୍କାରେ ଜନୈକ ବ୍ୟକ୍ତି ସରକାରଙ୍କଠାରୁ ଲିଜ ଆକାରରେ ନେଇଥିଲେ। ଉକ୍ତ ଲିଜର ଅବଧି ମାର୍ଚ୍ଚ ୩୧ ତାରିଖରେ ସରିବାକୁ ଯାଉଛି। ବର୍ତ୍ତମାନ ଦେଖିବାକୁ ବାକି ରହିଲା ଲିଜର ଅବଧିକୁ ଜିଲା ଓ ସ୍ଥାନୀୟ ପ୍ରଶାସନ ଆଗକୁ ବଢ଼ାଉଛନ୍ତି ନା ପିଲାଙ୍କ ଭବିଷ୍ୟତ ବିଷୟରେ ଚିନ୍ତା କରି ଉକ୍ତ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରାଉଛନ୍ତି। ଏ ବିଷୟରେ ଉମରକୋଟ ତହସିଲଦାର ତୁଳା ମୁଦୁଲିଙ୍କୁ ପଚାରିବାରୁ ମଦ ଭାଟିର ଲିଜ ଅବଧି ସରିଲେ ମଦଭାଟି ପାଇଁ ଅନ୍ୟ ବିକଳ୍ପ ଚିନ୍ତା କରିବାକୁ କୁହାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri