Posted inଜାତୀୟ

ଫଡ୍‌ନବିସ୍‌ଙ୍କ ସ୍ତ୍ରୀଙ୍କୁ ବ୍ଲାକ୍‌ମେଲ୍‌: ଡିଜାଇନର୍‌ ଗିରଫ

ମୁମ୍ବାଇ ୧୭। ୩:ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ସ୍ତ୍ରୀ ତଥା ବ୍ୟାଙ୍କର ଅମୃତା ଫଡ୍‌ନବିସ୍‌ଙ୍କୁ ମୁମ୍ବାଇର ଜଣେ ଡିଜାଇନର୍‌ ବ୍ଲାକ୍‌ମେଲ୍‌ କରିବା ନେଇ ଥାନାରେ ଅଭିଯୋଗ ହେବାପରେ ଗୁରୁବାର ଉକ୍ତ ଡିଜାଇନରଙ୍କୁ ପୋଲିସ ଗିରଫ କରିଛି। ଅନିକ୍ସା ନାମ୍ନୀ ଡିଜାଇନଙ୍କ ବିରୋଧରେ ଫେବୃୟାରୀ ୨୦ରେ ଅମୃତା ମୁମ୍ବାଇସ୍ଥିତ ମାଲାବାର ହିଲ୍‌ ଥାନାରେ ଏଫ୍‌ଆଇଆର୍‌ କରିଥିଲେ। ଅନିକ୍ସାଙ୍କ ବାପା ଅନୀଲ ଜୟସିଂଘାଲିଙ୍କ ବିରୋଧରେ ଅନେକ ଥାନାରେ ମାମଲା ରହିଛି। ସେଗୁଡ଼ିକରୁ ତାଙ୍କ ନଁାକୁ ହଟାଇବା ଲାଗି ଲାଞ୍ଚ ସ୍ବରୂପ ଅନିକ୍ସା ୧ କୋଟି ଟଙ୍କା ଅମୃତାଙ୍କୁ ଦେବାକୁ କହିଥିବା ଅଭିଯୋଗରେ ଉଲ୍ଲେଖ କରିଥିଲେ। ୨୦୨୧ ନଭେମ୍ବରରେ ପ୍ରଥମ ଥର ଅମୃତା ଡିଜାଇନର୍‌ଙ୍କ ସମ୍ପର୍କରେ ଆସିଥିଲେ। ଅନିକ୍ସା ଅନେକ ଡିଜାଇନ୍ଡ ପୋଷାକ ଓ ଅଳଙ୍କାର ଅମୃତାଙ୍କୁ ପଠାଇଥିଲେ। ଫେବୃୟାରୀ ୧୬ରେ ଡିଜାଇନର୍‌ ଅମୃତାଙ୍କୁ ଫୋନ୍‌ କରି କହିଥିଲେ, ବାପା ଅନୀଲ ଏକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ଦୋଷମୁକ୍ତ କରିଦେଲେ ତା’ ବଦଳରେ ସେ କୋଟିଏ ଟଙ୍କା ଦେବେ । ଲାଞ୍ଚ କଥା ଶୁଣି ଅମୃତା ସଙ୍ଗେ ସଙ୍ଗେ ଫୋନ୍‌ କାଟି ଦେଇଥିଲେ। ଅନିକ୍ସା ଅମୃତାଙ୍କୁ ଏକ ବ୍ୟାଗ୍‌ ଭର୍ତ୍ତି ଟଙ୍କା ଯାଚିଥିବାବେଳେ ସେ ଅମୃତାଙ୍କୁ ବ୍ଲାକ୍‌ମେଲ୍‌ କରୁଥିବା ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ନିଜ ପ୍ରତିକ୍ରିୟାରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri