ଡିଜାଇନର ପିୟରେ କାର୍ଡିନ୍‌ଙ୍କ ପରଲୋକ

ପ୍ୟାରିସ୍‌, ୩୧।୧୨: ଫ୍ରାନ୍ସର ଖ୍ୟାତନାମା ଡିଜାଇନର ପିୟରେ କାର୍ଡିନ୍‌ଙ୍କର ୯୮ ବର୍ଷ ବୟସରେ ମଙ୍ଗଳବାର ପରଲୋକ ହୋଇଯାଇଛି। ଏହି ଡିଜାଇନରଙ୍କ ନାଁ ବ୍ରାଣ୍ଡରେ ପରିଣତ ହୋଇଥିଲା। ହାତଘଡ଼ିଠାରୁ ଆରମ୍ଭ କରି ବେଡ୍‌ଶିଟ୍‌ ସବୁଥିରେ ତାଙ୍କର ସ୍ବତନ୍ତ୍ର ସ୍ପେସ୍‌ ଏଜ୍‌ ଷ୍ଟାଇଲ୍‌ ୬୦ ଦଶକରେ ତାଙ୍କୁ ଫେଶନର ସର୍ବୋଚ୍ଚ ସ୍ତରକୁ ନେଇଯାଇଥିଲା। ହଜାର ହଜାର ଉତ୍ପାଦରେ କାର୍ଡିନ୍‌ଙ୍କ ନାଁ କ୍ରମେ ବ୍ରାଣ୍ଡରେ ପରିଣତ ହୋଇଯାଇଥିଲା ଏବଂ ୭୦ ଓ ୮୦ ଦଶକରେ ଲୋକପ୍ରିୟତାର ଶୀର୍ଷ ଛୁଇଁଥିଲା। ତାଙ୍କ ସ୍ବାକ୍ଷର ଥିବା ଉତ୍ପାଦଗୁଡ଼ିକ ବିଶ୍ୱବ୍ୟାପୀ ଲକ୍ଷାଧିକ ଆଉଟଲେଟ୍‌ରେ ବିକ୍ରି ହେଉଥିଲା। ୧୯୫୦ରେ ସେ ନିଜର ଫେଶନ ହାଉସ୍‌ ପ୍ରତିଷ୍ଠା କରି ୧୯୫୪ରେ ‘ବବଲ୍‌ ଡ୍ରେସ୍‌’ ଆରମ୍ଭ କରିଥିଲେ। ୧୯୯୧ରେ ୟୁନେସ୍କୋ ଏବଂ ୨୦୦୯ରେ ଜାତିସଂଘ ଏଫ୍‌ଏଓ ତାଙ୍କୁ ଗୁଡ୍‌ଓ୍ବିଲ୍‌ ଆମ୍ବାସଡର ନିଯୁକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri