ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି ଡୋଜ୍‌ ନେବା ପରେ ମଧ୍ୟ ୨୭୪ଜଣ କରୋନା ସଂକ୍ରମିତ ହୋଇଥିଲେ। ଏପରିକି ଦ୍ୱିତୀୟ ଡୋଜ୍‌ ନେବାର ୧୪ଦିନ ପରେ ଯେଉଁ ସମୟରେ କରୋନା ବିରୋଧରେ ଶରୀରରେ ପ୍ରତିରୋଧକ ଶକ୍ତି ତିଆରି ହେବା କଥା, ସେତେବେଳେ ଏମାନେ ଆକ୍ରାନ୍ତ ହୋଇଥିଲେ। ମାର୍ଚ୍ଚ ୧ରୁ ଜୁନ୍‌ ୧୦ ମଧ୍ୟରେ ନମୁନା ସଂଗ୍ରହ ସହ ପରୀକ୍ଷଣ କରାଯାଇଥିଲା। ପଜିଟିଭ୍‌ ଚିହ୍ନଟ ୨୭୪ଙ୍କ ମଧ୍ୟରୁ ୨୭ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିଲା। ଅର୍ଥାତ୍‌ କରୋନା ଟିକାର ଦୁଇଟି ଡୋଜ୍‌ ନେଲେ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ହେବାର ଆଶଙ୍କା କମ୍‌ ରହିଥିବା ଆର୍‌ଏମ୍‌ଆର୍‌ସି ପକ୍ଷରୁ ଉକ୍ତ ରିପୋର୍ଟରେ କୁହାଯାଇଛି। ସେପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨,୯୧୨ ଆକ୍ରାନ୍ତ।ଏଥିସହ ରାଜ୍ୟରେ ଆଉ ୪୦ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କଓ୍ବୋଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri