Posted inTrending, ଖେଳ

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା କରି ୨୦ ଓଭରରେ ୫ ଉଇକେଟ ହରାଇ ୨୪୯ ରନ ସଂଗ୍ରହ କରିଥିଲେ। ଜବାବରେ ୱେଷ୍ଟଇଣ୍ଡିଜ ୧୮.୩ ଓଭରରେ ୪ ଉଇକେଟ ହରାଇ ୨୫୨ ରନ କରି ବିଜୟ ହାସଲ କରିଥିଲା। ଏକ ବିଶାଳ ସ୍କୋର ସହ ଭାରତ ଏକାଧିକ ରେକର୍ଡ କରିଛି। ଦଳ ପକ୍ଷରୁ ସଞ୍ଜୁ ସାମସନ ସର୍ବାଧିକ ୮୨ ରନ କରିଥିବା ବେଳେ ଈଶାନ କିଶନ, ଶ୍ରେୟସ ଆୟର ଓ ତିଳକ ବର୍ମା ମଧ୍ୟ ବିସ୍ଫୋରକ ବ୍ୟାଟିଂ କରିଥିଲେ।

ଏହି ମ୍ୟାଚ୍‌ରେ ୨୪୯ ରନ କରି ଭାରତ ୩ଟି ବଡ଼ ରେକର୍ଡ କରିଛି

ରାଞ୍ଚି ଷ୍ଟାଡିୟମ୍‌ରେ ସର୍ବାଧିକ ଅନ୍ତର୍ଜାତୀୟ ଟି-୨୦ ସ୍କୋର
ରାଞ୍ଚିର ଜେଏସ୍ସିଏ ଷ୍ଟାଡିୟମ୍‌ରେ ଭାରତ ୨୪୯ ରନ କରି ନୂଆ ରେକର୍ଡ କରିଛି। ଏହା ପୂର୍ବରୁ ଏହି ଷ୍ଟାଡିୟମ୍‌ରେ ଭାରତର ସର୍ବାଧିକ ସ୍କୋର ଥିଲା ୧୯୬ ରନ। ୨୦୧୬ରେ ଶ୍ରୀଲଙ୍କା ବିପକ୍ଷରେ ଭାରତ ଏହି ସ୍କୋର କରିଥିଲା।

– ୨୪୯ ରନ ଭାରତ ବନାମ ୱେଷ୍ଟଇଣ୍ଡିଜ
– ୧୯୬ ରନ ଭାରତ ବନାମ ଶ୍ରୀଲଙ୍କା
– ୧୭୬ ରନ ନ୍ୟୁଜିଲାଣ୍ଡ ବନାମ ଭାରତ

ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତର ସର୍ବାଧିକ ସ୍କୋର

ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତର ଏହା ସର୍ବାଧିକ ଦଳଗତ ସ୍କୋର। ଏହା ପୂର୍ବରୁ କାରିବିଆନ ଦଳ ବିପକ୍ଷରେ ଭାରତର ସର୍ବାଧିକ ସ୍କୋର ୨୪୪ ରନ ଥିଲା। ଏହି ମ୍ୟାଚ୍‌ରେ ୨୪୯ ରନ କରି ଭାରତ ନିଜର ପୂର୍ବ ରେକର୍ଡକୁ ଅତିକ୍ରମ କରିଛି।
୨୦୨୬ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ସର୍ବାଧିକ ସ୍କୋର
୨୦୨୬ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତର ୨୪୯ ରନ୍‌ ସ୍କୋର ଚର୍ଚ୍ଚାରେ ରହିଛି। ଏହା ପୂର୍ବରୁ ଦକ୍ଷିଣ ଆଫ୍ରିକା ଜାନୁଆରୀ ମାସରେ କାରିବିଆନ ଦଳ ବିପକ୍ଷରେ ୨୨୫ ରନ କରିଥିଲା। ଭାରତର ୨୪୯ ରନ ଏହି ସ୍କୋରକୁ ଅତିକ୍ରମ କରିଛି।
ଭାରତର ଏହି ବିଶାଳ ସ୍କୋର ପଛରେ ରହିଥିଲା ବ୍ୟାଟରଙ୍କ ଆକ୍ରମଣାତ୍ମକ ପ୍ରଦର୍ଶନ। ସଞ୍ଜୁ ସାମସନ ୮୨ ରନ କରି ଇନିଂସ୍‌କୁ ମଜଭୁତ କରିଥିଲେ। ଈଶାନ କିଶନ ମାତ୍ର ୨୨ ବଲ୍‌ରୁ ୪୩ ରନ କରିଥିବା ବେଳେ ଶ୍ରେୟସ ଆୟର ୧୮ ବଲ୍‌ରୁ ୪୦ ରନ ଏବଂ ତିଳକ ବର୍ମା ୧୮ ବଲ୍‌ରୁ ୪୪ ରନ କରିଥିଲେ। ଅଭିଷେକ ଶର୍ମା ୨୦ ରନ କରି ଆଉଟ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?