ନୱାଜ ସରିଫଙ୍କ ବିଜୟ ସତ୍ତ୍ୱେ ଇମ୍ରାନଙ୍କ ଦଳ ଆଗରେ

ଇସଲାମାବାଦ,୯।୨: ପାକିସ୍ତାନ ସାଧାରଣ ନିର୍ବାଚନ ଭୋଟ ଗଣତି ଶୁକ୍ରବାର ଚାଲିଛି। ସନ୍ଧ୍ୟା ସୁଦ୍ଧା ଫଳାଫଳ ଆସିବା ପରେ ସ୍ପଷ୍ଟ ହୋଇଯିବ କିଏ ଗଢିବ ନୂଆ ସରକାର । କାହାକୁ ମିଳିବ ସ୍ପଷ୍ଟ ବହୁମତ, କି ପାକିସ୍ତାନରେ ହେବ ଝୁଲା ସରକାର। ଅନ୍ୟପକ୍ଷେ ଆଗେଇ ଚାଲିଛି ଇମ୍ରାନ ଖାନଙ୍କ ଦଳ ପିଟିଆଇ। ଇମ୍ରାନ ଖାନଙ୍କ ଦଳ ପିଟିଆଇକୁ ଅବୈଧ ଘୋଷଣା କରାଯିବା ପରେ ସମସ୍ତ ପ୍ରାର୍ଥୀ ସ୍ବାଧୀନ ଭାବେ ନିବାଚନ ଲଢିଥିଲେ। ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାର୍ଟି ପିଟିଆଇ ଆଗୁଆ ରହିଛି।

ଅନ୍ୟପକ୍ଷେ ନୱାଜ ସରିଫଙ୍କ ଦଳ ସର୍ବାଧିକ ସଂଖ୍ୟକ ଆସନ ଜିତିବ ବୋଲି ପୂର୍ବାନୁମାନ କରାଯାଉଥିଲା, କିନ୍ତୁ ବର୍ତ୍ତମାନର ଫଳାଫଳ ଅନୁସାରେ ଚିତ୍ର ଓଲଟା ହେବାରେ ଲାଗିଛି।

ସୂଚନାଯୋଗ୍ୟ, ପାକିସ୍ତାନ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ, ନୱାଜ ଶରିଫ ଲାହୋର ଆଶନରୁ ବିଜୟୀ ହୋଇଛନ୍ତି। ନୱାଜ ଶରିଫ ଜିତିଥିଲେ ମଧ୍ୟ ତାଙ୍କ ଦଳ ପାକିସ୍ତାନ ମୁସଲିମ ଲିଗ ଇମ୍ରାନ ଖାନ୍‌ଙ୍କ ସ୍ବାଧୀନ ଦଳଠାରୁ ପଛରେ ରହିଛି। ଭୋଟ ଗଣିତ ପରେ ଅନ୍ତିମ ଫଳାଫଳ କାହା ସପକ୍ଷରେ ଯାଉଛି ଏହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri