Posted inଖେଳ

ରୋହିତଙ୍କ ଶତକ ସତ୍ତ୍ୱେ ହାରିଲା ମୁମ୍ବାଇ

ମୁମ୍ବାଇ,୧୫ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ରବିବାର ଡବଲ ହେଡର ଦ୍ୱିତୀୟ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ଚେନ୍ନାଇ ସୁପର କିଙ୍ଗ୍ସ ନିକଟରୁ ୨୦ ରନ୍‌ରେ ହାରିଛି ମୁମ୍ବାଇ ଇଣ୍ଡିଆନ୍ସ। ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ୨୦ ଓଭରରେ ୪ ଉଇକେଟ ହରାଇ ୨୦୬ ରନ୍‌ କରିଥିଲା। ଜବାବରେ ମୁମ୍ବାଇର ୬ ଉଇକେଟ ହରାଇ୧୮୬ ରନ୍‌ କରିଥିଲା। ରୋହିତ ଶର୍ମା ୧୦୫ ରନ୍‌ କରିଥିଲେ ମଧ୍ୟ ମୁମ୍ବାଇ ମ୍ୟାଚ ହାରି ଯାଇଥିଲା।

ଟସ୍‌ ଜିତି ମୁମ୍ବାଇ ପ୍ରଥମେ ବୋଲିଂ କରିଥିଲା। ଟପ୍‌ ଅର୍ଡରରେ ଅଜିଙ୍କ୍ୟ ରାହାନେ ୫ ଓ ରାଚିନ୍‌ ରବୀନ୍ଦ୍ର ୨୧ ରନ୍‌ ବିଫଳ ହୋଇଥିଲେ। ତେବେ ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କ ସହ ଶିବମ ଦୁବେ କ୍ରିଜରେ ଯୋଗ ଦେଇ ୯୦ ରନ୍‌ ଯୋଡିଥିଲେ। ଗାଏକ୍ୱାଡ ୪୦ ବଲ୍‌ ଖେଳି ୫ଟି ଲେଖାଏ ଛକା ଓ ଚୌକା ମାରି ୬୯ ରନ୍‌ କରିଥିଲେ। ଅନ୍ୟ ପକ୍ଷରେ ଶେଷ ଯାଏ ଅପରାଜିତ ଥିବା ଦୁବେ ୩୮ ବଲ୍‌ ଖେଳି ୧୦ ଚୌକା ଓ ୨ ଛକା ମାରିଥିଲେ। ମହେନ୍ଦ୍ର ସିଂ ଧୋନୀ ବ୍ୟାଟିଂ କରିବାକୁ ଆସିଥିବା ବେଳେ ମାତ୍ର ୪ ବଲ୍‌ ଖେଳି ୨୦ ରନ୍‌ କରିଥିଲେ॥ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ହ୍ୟାଟ୍ରିକ୍‌ ଛକା ମାରିଥିଲେ ଧୋନୀ।

ମୁମ୍ବାଇ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ୨, ଜେରାଲ୍ଡ କୋଜି ଓ ଶ୍ରେୟସ ଗୋପାଳ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୨୦୭ ରନ୍‌ ଲକ୍ଷ୍ୟରେ ରୋହିତ ଓ ଇଶାନ କିଶନ(୨୩) ପ୍ରଥମ ଉଇକେଟରେ ୭୦ ରନ୍‌ ଯୋଡିଥିଲେ। ଗୋଟିଏ ପଟରୁ ଆକ୍ରମଣ କରି ରୋହିତ ୬୩ ବଲ ଖେଳି ୧୧ ଚୌକା ଓ ୫ ଛକା ମାରିଥିଲେ। ତେବେ ଅନ୍ୟ ପଟରୁ ଉଇକେଟ ପଡି ଚାଲିଥିଲା। ତିଳକ ବର୍ମା ୩୧ ଓ ଟିମ ଡେଭିଡ୍‌ ୧୩ ରନ୍‌ କରିଥିଲେ। ଚେନ୍ନାଇ ପକ୍ଷରୁ ମଥିଶା ପଥିରାନା ୪, ତୁଷାର ଦେଶପାଣ୍ଡେ ଓ ମୁସ୍ତାଫିଜୁର ରେହମାନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri