Posted inଖେଳ

ତାରକା ବ୍ୟାଟ୍ସମ୍ୟାନ ଫେଲ୍‌ ମାରିବା ସତ୍ତ୍ୱେ ଟିମ୍‌ ଇଣ୍ଡିଆ ଛିଡ଼ା କଲା ବିଶାଳ ବିଜୟ ଲକ୍ଷ୍ୟ

ପୁଣେ,୨୮।୩ : ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ ମ୍ୟାଚ୍‌ରେ ଫେଲ୍‌ ମାରିଛନ୍ତି ଟିମ୍‌ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନମାନେ। ଏହା ସତ୍ତ୍ୱେ ଭ୍ରମଣକାରୀ ଦଳ ଆଗରେ ୩୩୦ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ।

ପୂର୍ବ ମ୍ୟାଚ୍‌ ଭଳି ଇଂଲଣ୍ଡ ଅଧିନାୟକ ଜୋସ ବଟଲରଙ୍କ ଭାଗରେ ପଡ଼ିଥିଲା ଟସ୍‌। ପୁଣି ଥରେ ଭାରତକୁ ପ୍ରଥମେ ବ୍ୟାଟିଂ ପାଇଁ ଦେଇଥିଲେ ଆମନ୍ତ୍ରଣ। ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କ ଓପନିଂ ଯୋଡ଼ି ୧୦୩ ରନ୍‌ ଯୋଡ଼ିଥିଲା। ରୋହିତ ୩୭ ରନ୍‌ର ବ୍ୟକ୍ତିଗତ ସ୍କୋରରେ ଆଉଟ୍‌ ହୋଇଥିବାବେଳେ ଧାଓ୍ବନ (୬୭) ପୂରଣ କରିଥିଲେ ଦିନିକିଆ କ୍ୟାରିୟରର ୩୨ତମ ଅର୍ଦ୍ଧଶତକ। ଏହାପରେ ସ୍ପିନରଙ୍କ ଜାଲରେ ଛନ୍ଦି ହୋଇ ଆଉଟ୍‌ ହୋଇଥିଲେ ଦଳର ୪ ପ୍ରମୁଖ ବ୍ୟାଟ୍ସମ୍ୟାନ। ଜବାବରେ କାଉଣ୍ଟର ଆଟାକ କରିଥିଲେ ରିଷଭ ପନ୍ତ ଓ ହାର୍ଦ୍ଦିକ ପାଣ୍ଡ୍ୟା। ଦୁହେଁ ୫ମ ଉଇକେଟ ପାଇଁ ଯୋଡ଼ିଥିଲେ ୯୯ ରନ୍‌। ପନ୍ତ (୭୮ ରନ୍‌, ୫ ଚୌକା ଓ ୪ ଛକା ) ଓ ହାର୍ଦ୍ଦିକ (୬୪ ରନ, ଚୌକା ଓ ୪ ଛକା) ଆଉଟ୍‌ ହେବା ପରେ ତାସ ଘର ଭଳି ଭୂଷୁଡ଼ି ପଡ଼ିଥିଲା ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ ଅପ୍‌। ଫଳରେ ୪୮.୨ ଓଭରରେ ଭାରତ ୩୨୯ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଇଂଲଣ୍ଡ ପକ୍ଷରୁ ମାର୍କ ଉଡ୍‌ ୩ ଓ ଆଦିଲ ରଶିଦ ୨ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri