Posted inଖେଳ

ତାରକା ବ୍ୟାଟ୍ସମ୍ୟାନ ଫେଲ୍‌ ମାରିବା ସତ୍ତ୍ୱେ ଟିମ୍‌ ଇଣ୍ଡିଆ ଛିଡ଼ା କଲା ବିଶାଳ ବିଜୟ ଲକ୍ଷ୍ୟ

ପୁଣେ,୨୮।୩ : ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ ମ୍ୟାଚ୍‌ରେ ଫେଲ୍‌ ମାରିଛନ୍ତି ଟିମ୍‌ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନମାନେ। ଏହା ସତ୍ତ୍ୱେ ଭ୍ରମଣକାରୀ ଦଳ ଆଗରେ ୩୩୦ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ।

ପୂର୍ବ ମ୍ୟାଚ୍‌ ଭଳି ଇଂଲଣ୍ଡ ଅଧିନାୟକ ଜୋସ ବଟଲରଙ୍କ ଭାଗରେ ପଡ଼ିଥିଲା ଟସ୍‌। ପୁଣି ଥରେ ଭାରତକୁ ପ୍ରଥମେ ବ୍ୟାଟିଂ ପାଇଁ ଦେଇଥିଲେ ଆମନ୍ତ୍ରଣ। ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କ ଓପନିଂ ଯୋଡ଼ି ୧୦୩ ରନ୍‌ ଯୋଡ଼ିଥିଲା। ରୋହିତ ୩୭ ରନ୍‌ର ବ୍ୟକ୍ତିଗତ ସ୍କୋରରେ ଆଉଟ୍‌ ହୋଇଥିବାବେଳେ ଧାଓ୍ବନ (୬୭) ପୂରଣ କରିଥିଲେ ଦିନିକିଆ କ୍ୟାରିୟରର ୩୨ତମ ଅର୍ଦ୍ଧଶତକ। ଏହାପରେ ସ୍ପିନରଙ୍କ ଜାଲରେ ଛନ୍ଦି ହୋଇ ଆଉଟ୍‌ ହୋଇଥିଲେ ଦଳର ୪ ପ୍ରମୁଖ ବ୍ୟାଟ୍ସମ୍ୟାନ। ଜବାବରେ କାଉଣ୍ଟର ଆଟାକ କରିଥିଲେ ରିଷଭ ପନ୍ତ ଓ ହାର୍ଦ୍ଦିକ ପାଣ୍ଡ୍ୟା। ଦୁହେଁ ୫ମ ଉଇକେଟ ପାଇଁ ଯୋଡ଼ିଥିଲେ ୯୯ ରନ୍‌। ପନ୍ତ (୭୮ ରନ୍‌, ୫ ଚୌକା ଓ ୪ ଛକା ) ଓ ହାର୍ଦ୍ଦିକ (୬୪ ରନ, ଚୌକା ଓ ୪ ଛକା) ଆଉଟ୍‌ ହେବା ପରେ ତାସ ଘର ଭଳି ଭୂଷୁଡ଼ି ପଡ଼ିଥିଲା ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ ଅପ୍‌। ଫଳରେ ୪୮.୨ ଓଭରରେ ଭାରତ ୩୨୯ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଇଂଲଣ୍ଡ ପକ୍ଷରୁ ମାର୍କ ଉଡ୍‌ ୩ ଓ ଆଦିଲ ରଶିଦ ୨ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri