କ୍ଷମତା ଦଖଲ କରି ମଧ୍ୟ ତାଲିବାନ ଏବେ କାଙ୍ଗାଳ…

ଓ୍ବାଶିଂଟନ/କାବୁଲ,୧୯।୮: ବନ୍ଧୁକର ଶକ୍ତି ଦ୍ୱାରା ପ୍ରାୟ ଦୁଇ ଦଶନ୍ଧି ପରେ ଆଫଗାନିସ୍ତାନକୁ ନିଜ ଅଧୀନକୁ ନେଇଥିବା ତାଲିବାନ ପାଇଁ ଏବେ ଅନ୍ତର୍ଜାତୀୟ ସମର୍ଥନ ହାସଲ କରିବା ସହଜ ନୁହେଁ। ତାଲିବାନ ନିଜକୁ ପରିବର୍ତ୍ତନ କରିବା ବିଷୟରେ କଥାବାର୍ତ୍ତା କରୁଥିବା ବେଳେ ଏହାର ବର୍ବରତାର ଚିତ୍ର ବିଶ୍ୱ ସମୁଦାୟର ମନରେ ଏକ ଅବିଶ୍ୱାସ ସୃଷ୍ଟି କରୁଛି। ଏହି କାରଣରୁ ଆଫଗାନିସ୍ତାନକୁ ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନିଙ୍କ ପ୍ରଦାନ କରାଯାଇଥିବା ଆନ୍ତର୍ଜାତୀୟ ସହାୟତା ଉପରେ ନିଷେଧାଜ୍ଞା ଜାରି କରାଯାଇଛି। ପ୍ରଥମେ, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନ ପକ୍ଷରୁ ୭୦୬ ଶହ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଫ୍ରିଜ କରାଯାଇଥିଲା। ଏହା ପରେ ଏବେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ମଧ୍ୟ ଜରୁରୀକାଳୀନ ଭଣ୍ଡାର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛି। ଏହା ଅଧୀନରେ ତାଲିବାନ ୪୬ ମିଲିୟନ ଡଲାରର ବିପୁଳ ପରିମାଣର ଅର୍ଥ ଆଉ ବ୍ୟବହାର କରିପାରିବ ନାହିଁ।
ଏହା ସହିତ ଅନ୍ୟ କୌଣସି ପ୍ରକାରର ନୂତନ ସହାୟତା ଆଇଏମ୍‌ଏଫ୍‌ ପକ୍ଷରୁ ଆଫଗାନିସ୍ତାନକୁ ଯୋଗାଇ ଦିଆ ଯିବନାହିଁ। ଆଇଏମ୍‌ଏଫ୍‌ କହିଛି ଯେ ଦେଶ ଉପରେ ତାଲିବାନର ନିୟନ୍ତ୍ରଣ ଆଫଗାନିସ୍ତାନର ଭବିଷ୍ୟତ ପାଇଁ ଅନିଶ୍ଚିତତା ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ଜରୁରୀକାଳୀନ ରିଜର୍ଭରେ ବ୍ୟବହାର ଅବରୋଧ କରିବା ଜରୁରୀ ହୋଇପଡିଥିଲା।
ଆମେରିକାର ଚାପରେ ଆଇଏମ୍‌ଏଫ୍‌ ଏହି ନିଷ୍ପତ୍ତି ନ୍ଥେତ୍ବା କୁହାଯାଉଛି। ନ୍ୟୁୟର୍କ ଟାଇମ୍ସ ରିପୋର୍ଟ ଅନୁଯାୟୀ, ଆମେରିକାର ରାଷ୍ଟ୍ରପତି ଏବଂ ତାଙ୍କ ପ୍ରଶାସନର ଚାପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଫଳରେ କ୍ଷମତା ଦଖଲ କରିଥିବା ତାଲିବାନ ଏବେ କାଙ୍ଗାଳ ହୋଇଯାଇଛି। ଦେଶର ମୁଦ୍ରାକୋଷ ବ୍ୟବହାର ଉପରେ କଟକଣା ଯୋଗୁ ଅଗାମୀ ଦିନରେ ଆର୍ଥିକ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri