Posted inଜାତୀୟ

ବାରଣ ସତ୍ତ୍ୱେ ଟିସ୍‌ ଛାତ୍ରୀଛାତ୍ର ଦେଖିଲେ ବିବିସି ଡକୁମେଣ୍ଟାରି

ମୁମ୍ବାଇ: ୨୯।୧: ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି) ପକ୍ଷରୁ ପ୍ରସ୍ତୁତ ଡକ୍ୟୁମେଣ୍ଟାରିକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ୨୦୦୨ ଗୁଜରାଟ ଦଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୂମିକାକୁ ନେଇ ତିଆରି ହୋଇଥିବା ‘ଇଣ୍ଡିଆ: ଦ ମୋଦି କ୍ୱୋଶ୍ଚିନ୍‌’କୁ ନେଇ ବିଭିନ୍ନ କଲେଜ ପରିସରରେ ବିଶୃଙ୍ଖଳା ବାତାବରଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ଟାଟା ଇନ୍‌ଷ୍ଟି-ଚ୍ୟୁଟ ଅଫ୍‌ ସୋସିଆଲ ସାଇନସେସ୍‌ (ଟିସ୍‌) କର୍ତ୍ତୃପକ୍ଷଙ୍କ ବାରଣ ସତ୍ତ୍ୱେ କେତେଜଣ ଛାତ୍ରୀଛାତ୍ର ମୋବାଇଲ୍‌ରେ କଲେଜ ପରିସରରେ ବିବିସି ଡକ୍ୟୁମେଣ୍ଟାରି ଦେଖିଛନ୍ତି। କ୍ୟାମ୍ପସ ବାହାରେ ଭାରତୀୟ ଜନତା ଯୁବ ମୋର୍ଚ୍ଚା (ବିଜଓ୍ବୋଇଏମ୍‌), ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି), ଭାଜପା ଏବଂ ଆର୍‌ଏସ୍‌ଏସ୍‌ ସମର୍ଥକଙ୍କ ଦ୍ୱାରା ଡକ୍ୟୁମେଣ୍ଟାରି ପ୍ରଦର୍ଶନକୁ ନେଇ ପ୍ରତିବାଦ କରାଯାଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସେମାନଙ୍କୁ ଆୟତ୍ତ କରିଥିଲା।

ଅନ୍ୟପକ୍ଷେ ବିବିସି ସିରିଜ୍‌ ସ୍କ୍ରିନିଂକୁ ନେଇ ଦିଲ୍ଲୀ ୟୁନିଭର୍ସିଟି ଆର୍ଟସ୍‌ ଫାକଲ୍ଟିଜ୍‌ଙ୍କ ବିଲ୍ଡିଂ ସମ୍ମୁଖରେ ଛାତ୍ରୀ ଗୋଷ୍ଠୀଙ୍କ ଦ୍ୱାରା କରାଯାଇଥିବା ହଙ୍ଗାମାର ତଦନ୍ତ ପାଇଁ ୟୁନିଭର୍ସିଟି କର୍ତ୍ତୃପକ୍ଷ ଶନିବାର ୭ ଜଣିଆ ସଦସ୍ୟ ବିଶିଷ୍ଟ ଏକ କମିଟି ଗଠନ କରିଛନ୍ତି। ତେବେ କମିଟି ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟା ସୁଦ୍ଧା କୁଳପତି ଯୋଗେଶ ସିଂଙ୍କୁ ଏ ସଂକ୍ରାନ୍ତରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri