ନଦୀବନ୍ଧ ଭାଙ୍ଗିବା ସତ୍ତ୍ୱେ ବନ୍ଦ ହେଉନି ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ, ୨୨ା୧୧:କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳର ପକ୍ଷୋଟଠାରେ ୩ ସପ୍ତାହ ପୂର୍ବେ ନଦୀବନ୍ଧ ଭାଙ୍ଗିଥିଲା। ଏହାର କାରଣ ବେଆଇନ ବାଲି ଉଠାଣ ହୋଇଥିବା ପ୍ରଶାସନିକ ତଦନ୍ତ ସମୟରେ ଜଣାପଡିଥିଲା। ଏହାସତ୍ତ୍ୱେ ନଦୀପଠାରୁ ବାଲି ଉଠାଣ ବନ୍ଦ ହେଉନାହିଁ। ଏଥିସହ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଦ୍ୟାବଧି ସୁଫଳ ମିଳିନାହିଁ। କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୦ କିଲୋମିଟର ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗି ରହିଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ଏବେ ୩ ବ୍ଲକ ଅଧୀନ ୫ ପଞ୍ଚାୟତରେ ଅଛି। ମାର୍ଶାଘାଇ ବ୍ଲକ ଆଇତିପୁର ପଞ୍ଚାୟତର ଆଇତିପୁର, ବଳରାମପୁର, ବାଳିସିଂ, ଜଳପୋକ ପଞ୍ଚାୟତ ଅଧୀନରେ ଥିବା ଡିହଜଳପୋକ, ପକ୍ଷଟ, କଣିବାଙ୍କ ସହ ଡେରାବିଶ ବ୍ଲକର ବସପୁର ପଞ୍ଚାୟତ ଅଧୀନରେ ଥିବା ଡିହବସୁପୁର,ଓ ଇନ୍ଦାଳୋ ପଞ୍ଚାୟତ ଅଛି। ସେହିପରି ଏଠାରେ ଗରଦପୁର ବ୍ଲକସ୍ଥ ବଙ୍ଗାଳପୁର ପଞ୍ଚାୟତର ସାନସଲାର, ଶିଶୁଆ ଓ ସଠିଲୋ ଗ୍ରାମ ରହିଛି। ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ନଦୀ ଓ ଅନ୍ୟ ପାର୍ଶ୍ୱରେ ଲୁଣାନଦୀ ପ୍ରବାହିତ ହେଉଛି। ସଠିଲୋ ନିକଟରୁ ଏହି ଦ୍ୱୀପାଞ୍ଚଳ ଆରମ୍ଭ ହୋଇ ଡିହବଳରାମପୁରରେ ଶେଷ ହୋଇଛି। ଏହି ନଦୀପଠାର ବିଭିନ୍ନ ସ୍ଥାନରୁ ବାଲି ଉଠାଣ ଚାଲିଥିବା ଗ୍ରାମବାସୀ କହିଛନ୍ତି।
ଏ ସମ୍ପର୍କରେ ସାମାଜିକ କର୍ମୀ ନଗେନ୍ଦ୍ର ଜେନା କହିଛନ୍ତି, କରାଣ୍ଡିଆ ନଦୀ ଉପରେ ଏକ ପଥର ଆଡିବନ୍ଧ ନିର୍ମାଣ ଅଧାରେ ଅଟକିଯାଇଛି। ଲୁଣାନଦୀର ବାମ ପାର୍ଶ୍ୱ ସୁଦୃଢ଼ ହେଉଥିବା ବେଳେ ଦକ୍ଷିଣପାର୍ଶ୍ୱ ବନ୍ଧର ବହୁ ସ୍ଥାନ ଦୁର୍ବଳ ଅଛି। ମହାନଦୀ ସିଷ୍ଟମରେ ବନ୍ୟାଜଳ ପ୍ରବାହିତ ହେଲେ ଦ୍ୱୀପାଞ୍ଚଳବାସୀଙ୍କ ପାଇଁ ବିପଦ ଘନାଇ ଆସୁଛି। ଚଳିତ ମାସର ପ୍ରଥମ ସପ୍ତାହରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ଆଗାମୀ ବନ୍ୟା ଦ୍ୱୀପାଞ୍ଚଳର ଜୀବନ, ଜୀବିକା ସହିତ ବାସସ୍ଥାନ ଉପରେ ପ୍ରଭାବ ପକାଇବ। ସେହିପରି ଡିହବଳରାମପୁର ଗ୍ରାମର ରମେଶ ଚନ୍ଦ୍ର ସାହାଣୀ କହିଛନ୍ତି, ଦ୍ୱୀପାଞ୍ଚଳରେ ଲୁଣାନଦୀ ବାମପାର୍ଶ୍ୱ ବନ୍ଧର ଲମ୍ବ ୫ କିଲୋମିଟର। ଏଥିରୁ ପ୍ରଥମ ୨ କିଲୋମିଟର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ଅବଶିଷ୍ଟ ବନ୍ଧ ଜଳ ସମ୍ପଦ ବିଭାଗ ଅଧୀନରେ ଅଛି। ବିଭିନ୍ନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନଦୀବନ୍ଧ ନିର୍ମାଣ ପାଇଁ ଟେଣ୍ଡର ହେଉଥିଲେ ମଧ୍ୟ ପ୍ରକଳ୍ପ ଅଧାପନ୍ତରିଆ ରହୁଛି। ଅପରପକ୍ଷରେ ଜଳସେଚନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ସେ କ୍ଷୋଭର ସହ ପ୍ରକାଶ କରିଛନ୍ତି। ସେହିପରି ଏହି ଦ୍ୱୀପାଞ୍ଚଳରେ ମୌଳିକ ସୁବିଧା ମିଳୁ ନ ଥିବା ଗ୍ରାମବାସୀ ମତ ଦେଇଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଏ ନେଇ ବିଭିନ୍ନ ବୈଠକରେ ଆଲୋଚନା ହୋଇଛି। ଦ୍ୱୀପାଞ୍ଚଳର ଉନ୍ନତି ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri