ନଦୀବନ୍ଧ ଭାଙ୍ଗିବା ସତ୍ତ୍ୱେ ବନ୍ଦ ହେଉନି ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ, ୨୨ା୧୧:କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳର ପକ୍ଷୋଟଠାରେ ୩ ସପ୍ତାହ ପୂର୍ବେ ନଦୀବନ୍ଧ ଭାଙ୍ଗିଥିଲା। ଏହାର କାରଣ ବେଆଇନ ବାଲି ଉଠାଣ ହୋଇଥିବା ପ୍ରଶାସନିକ ତଦନ୍ତ ସମୟରେ ଜଣାପଡିଥିଲା। ଏହାସତ୍ତ୍ୱେ ନଦୀପଠାରୁ ବାଲି ଉଠାଣ ବନ୍ଦ ହେଉନାହିଁ। ଏଥିସହ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଦ୍ୟାବଧି ସୁଫଳ ମିଳିନାହିଁ। କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୦ କିଲୋମିଟର ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗି ରହିଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ଏବେ ୩ ବ୍ଲକ ଅଧୀନ ୫ ପଞ୍ଚାୟତରେ ଅଛି। ମାର୍ଶାଘାଇ ବ୍ଲକ ଆଇତିପୁର ପଞ୍ଚାୟତର ଆଇତିପୁର, ବଳରାମପୁର, ବାଳିସିଂ, ଜଳପୋକ ପଞ୍ଚାୟତ ଅଧୀନରେ ଥିବା ଡିହଜଳପୋକ, ପକ୍ଷଟ, କଣିବାଙ୍କ ସହ ଡେରାବିଶ ବ୍ଲକର ବସପୁର ପଞ୍ଚାୟତ ଅଧୀନରେ ଥିବା ଡିହବସୁପୁର,ଓ ଇନ୍ଦାଳୋ ପଞ୍ଚାୟତ ଅଛି। ସେହିପରି ଏଠାରେ ଗରଦପୁର ବ୍ଲକସ୍ଥ ବଙ୍ଗାଳପୁର ପଞ୍ଚାୟତର ସାନସଲାର, ଶିଶୁଆ ଓ ସଠିଲୋ ଗ୍ରାମ ରହିଛି। ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ନଦୀ ଓ ଅନ୍ୟ ପାର୍ଶ୍ୱରେ ଲୁଣାନଦୀ ପ୍ରବାହିତ ହେଉଛି। ସଠିଲୋ ନିକଟରୁ ଏହି ଦ୍ୱୀପାଞ୍ଚଳ ଆରମ୍ଭ ହୋଇ ଡିହବଳରାମପୁରରେ ଶେଷ ହୋଇଛି। ଏହି ନଦୀପଠାର ବିଭିନ୍ନ ସ୍ଥାନରୁ ବାଲି ଉଠାଣ ଚାଲିଥିବା ଗ୍ରାମବାସୀ କହିଛନ୍ତି।
ଏ ସମ୍ପର୍କରେ ସାମାଜିକ କର୍ମୀ ନଗେନ୍ଦ୍ର ଜେନା କହିଛନ୍ତି, କରାଣ୍ଡିଆ ନଦୀ ଉପରେ ଏକ ପଥର ଆଡିବନ୍ଧ ନିର୍ମାଣ ଅଧାରେ ଅଟକିଯାଇଛି। ଲୁଣାନଦୀର ବାମ ପାର୍ଶ୍ୱ ସୁଦୃଢ଼ ହେଉଥିବା ବେଳେ ଦକ୍ଷିଣପାର୍ଶ୍ୱ ବନ୍ଧର ବହୁ ସ୍ଥାନ ଦୁର୍ବଳ ଅଛି। ମହାନଦୀ ସିଷ୍ଟମରେ ବନ୍ୟାଜଳ ପ୍ରବାହିତ ହେଲେ ଦ୍ୱୀପାଞ୍ଚଳବାସୀଙ୍କ ପାଇଁ ବିପଦ ଘନାଇ ଆସୁଛି। ଚଳିତ ମାସର ପ୍ରଥମ ସପ୍ତାହରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ଆଗାମୀ ବନ୍ୟା ଦ୍ୱୀପାଞ୍ଚଳର ଜୀବନ, ଜୀବିକା ସହିତ ବାସସ୍ଥାନ ଉପରେ ପ୍ରଭାବ ପକାଇବ। ସେହିପରି ଡିହବଳରାମପୁର ଗ୍ରାମର ରମେଶ ଚନ୍ଦ୍ର ସାହାଣୀ କହିଛନ୍ତି, ଦ୍ୱୀପାଞ୍ଚଳରେ ଲୁଣାନଦୀ ବାମପାର୍ଶ୍ୱ ବନ୍ଧର ଲମ୍ବ ୫ କିଲୋମିଟର। ଏଥିରୁ ପ୍ରଥମ ୨ କିଲୋମିଟର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ଅବଶିଷ୍ଟ ବନ୍ଧ ଜଳ ସମ୍ପଦ ବିଭାଗ ଅଧୀନରେ ଅଛି। ବିଭିନ୍ନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନଦୀବନ୍ଧ ନିର୍ମାଣ ପାଇଁ ଟେଣ୍ଡର ହେଉଥିଲେ ମଧ୍ୟ ପ୍ରକଳ୍ପ ଅଧାପନ୍ତରିଆ ରହୁଛି। ଅପରପକ୍ଷରେ ଜଳସେଚନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ସେ କ୍ଷୋଭର ସହ ପ୍ରକାଶ କରିଛନ୍ତି। ସେହିପରି ଏହି ଦ୍ୱୀପାଞ୍ଚଳରେ ମୌଳିକ ସୁବିଧା ମିଳୁ ନ ଥିବା ଗ୍ରାମବାସୀ ମତ ଦେଇଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଏ ନେଇ ବିଭିନ୍ନ ବୈଠକରେ ଆଲୋଚନା ହୋଇଛି। ଦ୍ୱୀପାଞ୍ଚଳର ଉନ୍ନତି ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri