ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ମିଳୁନି ସହାୟତା

ଖୋର୍ଦ୍ଧା ଅଫିସ,୧୩ା୧୨: ଗରିବ ଲୋକଙ୍କ ଚିକିତ୍ସା ସୁବିଧା ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (ସିଏମ୍‌ଆର୍‌ଏଫ୍‌) ବ୍ୟବସ୍ଥା କରିଛନ୍ତି। ତେବେ ଏହି ଯୋଜନା ଖୋର୍ଦ୍ଧା ଜିଲାରେ ଫେଲ୍‌ ମାରିଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ ଜଣେ ରୋଗୀ ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ବୋଲଗଡ଼ ତହସିଲ ଅଧୀନ ଗୋପୀନାଥପୁର ଗ୍ରାମର ବଂଶୀଧର ରାଉତଙ୍କ କ୍ଷେତ୍ରରେ ଏହା ଦେଖିବାକୁ ମିଳିଛି।

ସୂଚନା ମୁତାବକ, ବଂଶୀଧର ଏକ କ୍ରନିକ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଏମ୍‌ଆର୍‌ଏଫ୍‌ର ସହଯୋଗ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ବଂଶୀଧରଙ୍କ ଚିକିତ୍ସା ଲାଗି ୧ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି। ଏହି ଟଙ୍କା ବଂଶୀଧରଙ୍କୁ ପ୍ରଦାନ ଲାଗି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପତ୍ରାଙ୍କ ୨୨୭୯/୧୫।୭।୨୦ରେ ଖୋର୍ଦ୍ଧା ଜିଲା ପ୍ରଶାସନକୁ ଚିଠି ଲେଖିଥିଲେ। ଜିଲା ପ୍ରଶାସନର ଜରୁରିକାଳୀନ ବିଭାଗ(ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଅନୁମୋଦନ କ୍ରମେ) ବଂଶୀଧରଙ୍କୁ ଏହି ଟଙ୍କା ପଇଠ ଲାଗି ବିଭାଗୀୟ ପତ୍ରାଙ୍କ ସଂଖ୍ୟା ୧୩୦୪୭/୨୪।୮।୨୦ରେ ରୋଗୀଙ୍କ ଠିକଣାରେ ବୋଲଗଡ଼ ତହସିଲଦାରଙ୍କ ପରିବର୍ତ୍ତେ ବେଗୁନିଆ ତହସିଲଦାରଙ୍କ ନିକଟକୁ ପଠାଇ ଦେଇଥିଲେ। ଫଳରେ ରୋଗୀ ଟଙ୍କା ପାଇବାରେ ବାଧା ଉପୁଜିଛି। ସିଏମ୍‌ଆର୍‌ଏଫ୍‌ରୁ ୧ ଲକ୍ଷ ଟଙ୍କା ମିଳିଥିବା ରୋଗୀଙ୍କ ସମ୍ପର୍କୀୟଙ୍କ ନିକଟକୁ ପତ୍ର ଆସିଥିବା ସତ୍ତ୍ୱେ ତାଙ୍କୁ କୌଣସି ସହାୟତା ମିଳି ନ ଥିଲା। ଏନେଇ ବଂଶୀଧରଙ୍କ ସମ୍ପର୍କୀୟ ବୋଲଗଡ଼ ତହସିଲକୁ ବାରମ୍ବାର ଦୌଡି ନିରାଶ ହେବା ପରେ ଜିଲା ପ୍ରଶାସନ ଜରୁରିକାଳୀନ ବିଭାଗ ସହ ଯୋଗାଯୋଗ କରିଥିଲେ। ବିଭାଗୀୟ କର୍ତ୍ତୃପକ୍ଷ ବେଗୁନିଆ ତହସିଲରେ ଯୋଗାଯୋଗ କରିବାକୁ କହିଥିଲେ। ଡିସେମ୍ବର ୩ରେ ବଂଶୀଧରଙ୍କ ସମ୍ପର୍କୀୟ ବେଗୁନିଆ ତହସିଲଦାରଙ୍କୁ ଲିଖିତ ଭାବେ ଅନୁରୋଧ କରିଥିଲେ। ତେବେ ୯ଦିନ ବିତିଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ। ଅନ୍ୟପଟେ ବିକାଶଙ୍କ ଅବସ୍ଥା ଦିନକୁ ଦିନ ଖରାପ ହେବାକୁ ଲାଗିଛି। ସିଏମଆରଏଫରୁ ଆର୍ଥିିକ ସହାୟତା ସତ୍ତ୍ୱେ ସ୍ଥାନୀୟ ପ୍ରଶାସନର ଅବହେଳାରୁ ବଂଶୀଧର ଏଥିରୁ ବଞ୍ଚିତ ହୋଇଛନ୍ତି। ଏନେଇ ଜିଲାପାଳ ସନତ ମହାନ୍ତିଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?