ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ୍‌ ରହିଥିବା ଜଣାପଡ଼ିଛ। ପୁଣି ଅସହ୍ୟ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।

ସେହିପରି ଘନ କୁହୁଡ଼ି ଅଚ୍ଛାଦିତ ଯୋଗୁ ଗାଡ଼ିମୋଟର ଚଳାଚଳରେ ବାଧା ସୃଷ୍ଟି ହୋଉଛି। ଉକ୍ତ ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳ ଭ୍ରମରବାଡ଼ି, ସିଆଙ୍ଗବାଲି, ପର୍ତ୍ତମାହା, ଦାନେକବାଡ଼ି, ସୋନପୁର, ସିରକାବର୍ଗ, ତାଯୁଙ୍ଗିଆ, କାଟିଙ୍ଗିଆ, ହାତୀମୁଣ୍ଡା, କୁମ୍ଭାରୀଗାଁ, ଝିଞ୍ଜିରୀଗୁଡା, ଗଦାପୁର, ଗୁମିକିଆ, ବୁଡ଼ାଗୁଡା, ବାଡାବାଙ୍ଗା, କିରିକୁଟି, ତିଲୋରୀ, ଦାସିଙ୍ଗବାଡି ଆଦି ପଞ୍ଚାୟତର ଦୁର୍ଗମ ଗ୍ରାମଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ଥଣ୍ଡା ଅନୁଭୂତ ହେଉଥିବା କୁହାଯାଇଛି। ସବୁଠି ଲୋକ ମାନେ ନିଆଁ ଲଗାଇ ବସୁଥିବା ଦେଖିବାକୁ ମିଳିଛି। ଶୀତର ମଜା ନେବାକୁ ଦାରିଙ୍ଗବାଡ଼ିର ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ଗୁଡ଼ିକରେ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି ଡୁଲୁରୀ ପାଇନ ବଣରେ ଭୋଜି କରି ସାଙ୍ଗସାଥୀ, ପରିବାର, ବନ୍ଧୁ ବର୍ଗ ସହ ପର୍ଯ୍ୟଟକ ମଜା ନେଉଛନ୍ତ। ଡୁଲୁରୀରେ କ୍ୟାମ୍ପ କରି ପର୍ଯ୍ୟଟକ ରାତ୍ରିଯାପନ କରି ଶୀତର ମଜା ନେଉଛନ୍ତି ପର୍ଯ୍ୟଟକ। ସେହିପରି କଫି ବଗିଚା, ହିଲଭିୟୁ ପାର୍କ, ମିଡିୟୁବାନ୍ଦା ଜଳପ୍ରପାତ, ଲଭର୍ସ ପଏଣ୍ଟ, କିଶୁବାଡ଼ି ଜଳପ୍ରପାତ, ସାଇଲେଣ୍ଟ ଭ୍ୟାଲି ସମେତ ସମସ୍ତ ପର୍ଯ୍ୟଟନକ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri