ଟଙ୍କା ଖର୍ଚ୍ଚ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା ଅଫିସ,୧୦ା୬: ବନ୍ୟା ମୁକାବିଲା ପାଇଁ ଜିଲାସ୍ତରୀୟ ବୈଠକ ହେଉଛି। ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ ଟଙ୍କା ଖର୍ଚ୍ଚ ସତ୍ତ୍ୱେ କେନ୍ଦ୍ରାପଡ଼ା ଜିଲାରେ ନଦୀବନ୍ଧ ସୁଦୃଢ ହେଉନାହିଁ। ଫଳରେ ଏହାର ପ୍ରଭାବରେ ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି। ଗରଦପୁର ବ୍ଲକ ଅଞ୍ଚଳର ସର୍ବାଧିତ୍କ କ୍ଷତି ହେଉଥିବା ବେଳେ ଫସଲ, ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। ନଦୀବନ୍ଧ ସୁଦୃଢ଼ ନ ଥିବାରୁ ଆଳିର ୧୬ ପଞ୍ଚାୟତ, ପଟ୍ଟାମୁଣ୍ଡାଇର ୧୪, ରାଜନଗରର ୪, ମାର୍ଶାଘାଇର ୯, ଡେରାବିଶର୨, ମହାକାଳପଡାର ୯ ଓ ଗରଦପୁର ବ୍ଲକ ଅଞ୍ଚଳରେ ବନ୍ୟା ଜଳ ମାଡିଯାଉଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ କୁହନ୍ତି, ଜିଲାରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ବ୍ୟବସ୍ଥା ଏକ ବଡ ସମସ୍ୟା ହୋଇଛି। ଜିଲାରେ ୭ ନଦୀ ଓ ୨୭ ଶାଖା ନାଳ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ନଦୀରେ ସାମାନ୍ୟ ଅଧିକ ପାଣି ଜିଲାର ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଉଛି। ନଦୀବନ୍ଧର ସୁଦୃଢ଼ୀକରଣ ସହ ନିଷ୍କାସନ ପଥ ବର୍ଷାଋତୁ ପୂର୍ବରୁ ସଫା ରଖିବା ଆବଶ୍ୟକ। ଇତିମଧ୍ୟରେ କେନ୍ଦ୍ରାପଡ଼ା ଜିଲା ମାନ୍ୟତାକୁ ୨୭ ବର୍ଷ ବିତିଛି। ବନ୍ୟା ଜଳ ନିଷ୍କାସନ ପାଇଁ ଅଦ୍ୟାବଧି କୌଣସି ଯୋଜନା କାର୍ଯ୍ୟକାରୀ ହୋଇ ନ ଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ମହାକାଳପଡ଼ାର ସୂର୍ଯ୍ୟପ୍ରକାଶ ପାଣି କହିଛନ୍ତି, ଏହି ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ। ବର୍ଷା ଅଧିକ ହେଲେ ଜିଲାର ୧୬୦ ଗ୍ରାମରେ ବନ୍ୟାଜଳ ପ୍ରବେଶ କରୁଛି। ବିଶେଷ ଭାବେ ରାଜକନିକା ଓ ଆଳି ବ୍ଲକ ଅଞ୍ଚଳର ସର୍ବାଧିକ ୫୦ ଗଁା ବନ୍ୟା ଯୋଗୁ ପ୍ରଭାବିତ ହେଉଛିି। ସେହିପରି ରାଜନଗରର ୩୪ ଗଁା, ପଟ୍ଟାମୁଣ୍ଡାଇର ୨୫ ଗଁା ବନ୍ୟା ଘେରରେ ରହୁଥିବା ବେଳେ ମହାକାଳପଡା, ମାର୍ଶାଘାଇ, ଡେରାବିଶ, ଗରଦପୁର ବ୍ଲକ ଅଞ୍ଚଳର କେତେକ ଗ୍ରାମ ପ୍ରଭାବିତ ହେଉଛି। ଅତ୍ୟଧିକ ବନ୍ୟା ଆସିଲେ ଗରଦପୁର ବ୍ଲକ ଅଞ୍ଚଳର ୫ ଗଁାର ଜନଜୀବନକୁ ବ୍ୟତିବ୍ୟସ୍ତ କରୁଛି। ଚାଷ ଉଜୁଡିବା ସହ ଅନେକ ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। ନଦୀ ଶଯ୍ୟା ଖନନ, ବନ୍ଧବାଡର ମରାମତି ସହ ନୂତନ ବନ୍ଧର ଆବଶ୍ୟକତା ଅଛି। ସାମାଜିକ କର୍ମୀ ବିଭୂତି ଭୂଷଣ ରାଉତ କହିଛନ୍ତି, ଗୋବରୀ ନଦୀରେ ବନ୍ଧ ନାହିଁ। ଏହି ନଦୀ କୂଳରେ ଘର ଓ ଗ୍ରାମ ରହିଛି। ବର୍ଷାଋତୁରେ ନଦୀରୁ ପାଣି ଉଛୁଳି ଘରେ ପଶୁଛି। କୁମ୍ଭୀର ଭୟ ଥିବାରୁ ଗ୍ରାମବାସୀ ସର୍ବଦା ଭୟଭୀତ ହୋଇଥାନ୍ତି। ଏ ନେଇ ସ୍ଥାନୀୟ ଅଧିବାସୀ ଜିଲା ପ୍ରଶାସନ ନିକଟରେ ବନ୍ଧ ପାଇଁ ବାରମ୍ବାର ଅଭିଯୋଗ କରି ଆସୁଛନ୍ତି। ତେବେ ଏହି ସମସ୍ୟାର ସମାଧାନ ହେଉନାହିଁ। ପରିବେଶବିତ୍‌ ଅଧ୍ୟାପକ କ୍ଷିତୀଶ କୁମାର ସିଂହ କହିଛନ୍ତି, ସମସ୍ୟାର ସମାଧାନ ପାଇଁ ନଦୀ ସଂଯୋଗୀକରଣକୁ ଜିଲାବାସୀ ଅଗ୍ରାଧିକାର ଦେଇଛନ୍ତି। ନଦୀର ସୁମଧୁର ପାଣିକୁ ସମୁଦ୍ରକୁ ନିର୍ଦ୍ଦିଷ୍ଟ ମାତ୍ରାରେ ଛାଡି ଅବଶିଷ୍ଟ ଜଳକୁ ପାନୀୟ ଓ କ୍ଷେତରେ ବ୍ୟବହାର କରାଯାଇ ପାରିବ। ବିଭିନ୍ନ ସ୍ଥାନରେ କ୍ରିକ୍‌ ବନ୍ଧ ସହ ବନ୍ୟାକୁ ରୋକିବାକୁ ନଦୀବନ୍ଧ ବ୍ୟବସ୍ଥା କରିବାକୁ ପଡିବ। ଏଥିସହ କ୍ଷେତରୁ ଉଦ୍‌ବୃତ୍ତ ଜଳ ନିଷ୍କାସନ ପାଇଁ ସ୍ବତନ୍ତ୍ର ଯୋଜନା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଉଦ୍‌ବୃତ୍ତ ଜଳର ନିଷ୍କାସନ ସହ ବନ୍ୟା ସମସ୍ୟାର ସମାଧାନ ହେବା ଆବଶ୍ୟକ। ଏଥିପାଇଁ ଗତ ବୈଠକରେ ପ୍ରଶାସନିକ ସ୍ତରରେ ଆଲୋଚନା ହୋଇଛି। ନଦୀବନ୍ଧ ସୁଦୃଢ଼ୀକରଣ ସହ ଉଦ୍‌ବୃତ୍ତ ଜଳ ନିଷ୍କାସନକୁ ଗୁରୁତ୍ୱ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri