ଗୋବରୀ ନଦୀ ଖନନ ସତ୍ତ୍ୱେ କାମରେ ଲାଗୁନି

ପଟ୍ଟାମୁଣ୍ଡାଇ,୧୯।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାରେ ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ଚିରସ୍ରୋତା ବ୍ରାହ୍ମଣୀ ନଦୀର ଶାଖା ନଦୀ ସହ ଗୋବରୀ ନଦୀର ସଂଯୋଗ ଥିଲା। ଏଥିରେ ନୌବାଣିଜ୍ୟ ସହ ଚାଷ ପାଇଁ ପାଣି ମିଳୁଥିଲା। ୧୮୬୮ମସିହାରେ କଟକ-ଚାନ୍ଦବାଲି ରାସ୍ତା ନିର୍ମାଣ ସମୟରେ ପଟ୍ଟାମୁଣ୍ଡାଇଠାରେ ଏହାର ସଂଯୋଗୀକରଣ ପଥକୁ ବନ୍ଦ କରି ଦିଆଗଲା। ଫଳରେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ୨୦ କି.ମି. ବ୍ୟାପୀ ନଦୀପଥ କ୍ରମଶଃ ପୋତି ହୋଇପଡୁଛି। ଏହି ନଦୀର ପୁନଃ ସଂଯୋଗ ପାଇଁ ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା ବ୍ଲକର ଅଧିବାସୀ ବାରମ୍ବାର ଦାବି କରି ଆସୁଛନ୍ତି।
ଜନସାଧାରଣଙ୍କ ଦାବି ଫଳରେ ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀ ପୁନଃ ସଂଯୋଗ ପାଇଁ ୨୦୧୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ କୋଟି ଟଙ୍କା ବ୍ୟୟ ଅଟକଳରେ ଗୋବରୀ ନଦୀକୁ ଖନନ ପାଇଁ ଶିଳାନ୍ୟାସ କରିଥିଲେ। ୨୦ କିଲୋମିଟର ବ୍ୟାପୀ ଗୋବରୀର ପୁନଃ ସଂଯୋଗ ପାଇଁ ଟେଣ୍ଡରରେ ଠିକା ପାଇଥିବା ଠିକାଦାର ଅଧାରୁ କାମ ଛାଡି ଚାଲି ଯାଇଥିଲେ। ଏଥିରେ ୩ କୋଟି ଟଙ୍କା ବିଲ ହୋଇଥିବା ବିଭାଗୀୟ କନିଷ୍ଠଯନ୍ତ୍ରୀ କେନ୍ଦ୍ରାପଡା ଡ୍ରେନେଜକଟ ନିହାର ରଞ୍ଜନ ରାଉତରାୟ କହିଛନ୍ତି। ଖନନ କାର୍ଯ୍ୟ ଅଧାରୁ ବନ୍ଦ ହୋଇଥିବା ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପୁଣି ୨୦ କିମି ବ୍ୟାପୀ ଗୋବରୀ ନଦୀର ଖନନ ପାଇଁ ରାଜ୍ୟ ସରକାର ଓ ଡ୍ରେନେଜ କଟ ପକ୍ଷରୁ ୭ କୋଟି ୫୫ ଲକ୍ଷ ବ୍ୟୟ ଅଟକଳରେ ଓଡ଼ିଶା କନଷ୍ଟ୍ରକଶନ କମ୍ପାନୀ (ଓସିସି) କାର୍ଯ୍ୟ ଆରମ୍ଭ କରିଥିଲା। ମାତ୍ର ଓସିସି ଗଣ୍ଡାକିଆ ପାଖରୁ ୬ କିମି ଖନନ କରି ୨ ବର୍ଷ ହେବ କାମ ବନ୍ଦ କରି ଦେଇଛି। ଫଳରେ ନଦୀ ମଧ୍ୟରେ ଦଳ ଭର୍ତ୍ତି ହେବା ସହ ମାଟି ଖସି ପୋତି ହେବାରେ ଲାଗିଛି। ଏ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ସମ୍ପର୍କରେ ଡ୍ରନେଜ କଟ କେନ୍ଦ୍ରାପଡ଼ା ନିର୍ବାହୀ ଯନ୍ତ୍ରୀ ବାଙ୍କ ବିହାରୀ ସାମଲଙ୍କୁ ପଚାରିବାରେ ପୋତା ଗୋବରୀ ନଦୀକୁ ଖନନ ପାଇଁ ଓସିସି ସହ ଯୋଗା ଯୋଗ କରାଯାଇଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ କରାଯିବ। ତେବେ ଗୋବରୀ ଖନନ କରିବା ଏକାନ୍ତ ଅପରିହାର୍ଯ୍ୟ ହୋଇପଡିଥିବା ବେଳେ ହଜାର ହଜାର ହେକ୍ଟର ଚାଷଜମି ଜଳସେଚିତ ହୋଇପାରିବ ବୋଲି ଚାଷୀମାନେ ଆଶା ବାନ୍ଧିଛନ୍ତି। ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀର ସଂଯୋଗ ହେଲେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ଉଭୟପାଶର୍‌ବର ଶତାଧିକ ଗଁାର ଅଧିବାସୀ ଉପକୃତ ହୋଇ ପାରିବେ। ଏହାକୁ ନଜରକୁ ନେଇ ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପିଏଲ୍‌ଭି ପ୍ରଫୁଲ୍ଲ କୁମାର ଦାଶ, କ୍ଷୀରୋଦ ମଲିକ, ଅଶୋକ କୁମାର ବଳ ଓ ଦେବାଶିଷ ପଣ୍ଡା ପ୍ରମୁଖ ଜାତୀୟ ଆଇନ ସେବା ପ୍ରାଧିକରଣ (ନାଲସା)ରେ ଏକ ଜନସ୍ବାର୍ଥ ସମ୍ବଳିତ ଅଭିଯୋଗ କରିଥିଲେ। ସେହି ଅଭିଯୋଗକୁ ବିଚାର କରି କେନ୍ଦ୍ରାପଡ଼ା ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲ୍‌ଏସ୍‌ଏ) ବିଚାରପତି ମଳୟ କୁମାର ପ୍ରଧାନ କେସ୍‌ ନଂ. ୧୦/୨୦୨୧ ମାମଲା ଶୁଣାଣି କରି ଭିତ୍ତିଭୂମିର ତଦନ୍ତ କରିବାକୁ ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଅଦ୍ୟାବଧି କୌଣସି ତପତ୍ରତା ପ୍ରକାଶ ପାଇନାହିଁ ବୋଲି ପ୍ରଫୁଲ୍ଲ ଦାଶ, କ୍ଷୀରୋଦ ମଲିକ ପ୍ରମୁଖ କହିଛନ୍ତି। ନଦୀ ସଂଯୋଗୀକରଣ କାର୍ଯ୍ୟ ତ୍ୱରାନ୍ବିତ ହେଲେ ନଦୀପଥ ନିକଟ କୃଷି କ୍ଷେତରେ ୩ ପ୍ରକାର ଅର୍ଥକରୀ ଫସଲ ଉପତ୍ାଦନ ହୋଇପାରିବ ବୋଲି ସେମାନେ ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?