ଅନୁଦାନ ସତ୍ତ୍ୱେ ନଦୀବନ୍ଧ ସୁଦୃଢ଼ ହେଉନି

କେନ୍ଦ୍ରାପଡ଼ା ଅଫିସ, ୨୩ା୫: ଆଗକୁ ବର୍ଷାଋତୁ ଆସୁଛି। ଏହାର ପ୍ରଭାବରେ ହେଉଥିବା ବନ୍ୟା ମୁକାବିଲା ପାଇଁ କେନ୍ଦ୍ରାପଡ଼ାରେ ଜିଲାସ୍ତରୀୟ ବୈଠକ ନିକଟରେ ହୋଇଯାଇଛି। ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଇ ଦେଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି। ଗରଦପୁର ବ୍ଲକ ଅଞ୍ଚଳର ସର୍ବାଧିକ କ୍ଷୟକ୍ଷତି ହେଉଥିବା ବେଳେ ଫସଲ, ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। ନଦୀବନ୍ଧ ସୁଦୃଢ଼ ନ ଥିବାରୁ ଆଳି ବ୍ଲକର ୧୬ ପଞ୍ଚାୟତ, ପଟ୍ଟାମୁଣ୍ଡାଇର ୧୪, ରାଜନଗରର ୪, ମାର୍ଶାଘାଇର ୯, ଡେରାବିଶର ୨, ମହାକାଳପଡ଼ାର ୯ ଓ ଗରଦପୁର ବ୍ଲକ ଅଞ୍ଚଳରେ ବନ୍ୟାଜଳ ମାଡ଼ିଯାଉଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ କହିଛନ୍ତି, ବର୍ଷାଋତୁରେ କେନ୍ଦ୍ରାପଡ଼ା ଜିଲାରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ବ୍ୟବସ୍ଥା ଏକ ବଡ଼ ସମସ୍ୟା ହୋଇଛି। ଜିଲାରେ ୭ ନଦୀ ଓ ୨୭ ଶାଖା ନାଳ ରହିଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ନଦୀରେ ସାମାନ୍ୟ ଅଧିକ ପାଣି ଜିଲାର ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ନଦୀବନ୍ଧର ସୁଦୃଢ଼ୀକରଣ ସହ ନିଷ୍କାସନ ପଥ ବର୍ଷାଋତୁ ପୂର୍ବରୁ ସଫା ରଖିବା ଆବଶ୍ୟକ। ଇତିମଧ୍ୟରେ କେନ୍ଦ୍ରାପଡ଼ା ଜିଲା ମାନ୍ୟତାକୁ ୩୦ ବର୍ଷ ବିତିଛି। ବନ୍ୟାଜଳ ନିଷ୍କାସନ ପାଇଁ ଅଦ୍ୟାବଧି କୌଣସି ଯୋଜନା କାର୍ଯ୍ୟକାରୀ ହୋଇନାହିଁ। ମହାକାଳପଡ଼ାର ସୂର୍ଯ୍ୟପ୍ରକାଶ ପାଣି କହିଛନ୍ତି, ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ବର୍ଷା ଅଧିକ ହେଲେ ଜିଲାର ୧୬୦ ଗ୍ରାମରେ ବନ୍ୟାଜଳ ପ୍ରବେଶ କରୁଛି। ବିଶେଷଭାବେ ରାଜକନିକା ଓ ଆଳି ବ୍ଲକ ଅଞ୍ଚଳର ସର୍ବାଧିକ ୫୦ ଗଁା ବନ୍ୟା ଯୋଗୁ ପ୍ରଭାବିତ ହେଉଛନ୍ତି। ସେହିପରି ରାଜନଗରର ୩୪ ଗଁା, ପଟ୍ଟାମୁଣ୍ଡାଇର ୨୫ ଗଁା ବନ୍ୟା ଘେରରେ ରହୁଥିବା ବେଳେ ମହାକାଳପଡ଼ା, ମାର୍ଶାଘାଇ, ଡେରାବିଶ, ଗରଦପୁର ବ୍ଲକ ଅଞ୍ଚଳର କେତେକ ଗ୍ରାମ ପ୍ରଭାବିତ ହେଉଛି। ଅତ୍ୟଧିକ ବନ୍ୟା ଆସିଲେ ଗରଦପୁର ବ୍ଲକ ଅଞ୍ଚଳର ୫ ଗଁାର ଜନଜୀବନକୁ ବ୍ୟତିବ୍ୟସ୍ତ କରି ପକାଉଛି। ଚାଷ ଉଜୁଡ଼ିବା ସହ ଅନେକ ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। ନଦୀ ଶଯ୍ୟା ଖନନ, ବନ୍ଧବାଡ଼ର ମରାମତି ସହ ନୂତନ ବନ୍ଧର ଆବଶ୍ୟକତା ଅଛି। ସାମାଜିକ କର୍ମୀ ବିଭୂତି ଭୂଷଣ ରାଉତ କହିଛନ୍ତି, ଗୋବରୀ ନଦୀରେ ବନ୍ଧ ନାହିଁ। ଏହି ନଦୀ କୂଳରେ ଘର ଓ ଗ୍ରାମ ରହିଛି। ବର୍ଷାଋତୁରେ ନଦୀରୁ ପାଣି ଉଛୁଳି ଘରେ ପଶୁଛି। କୁମ୍ଭୀର ଭୟ ଥିବାରୁ ଗ୍ରାମବାସୀ ସର୍ବଦା ଭୟଭୀତ ଅବସ୍ଥାରେ ରହିଥାନ୍ତି। ଏ ନେଇ ସ୍ଥାନୀୟ ଅଧିବାସୀ ଜିଲା ପ୍ରଶାସନ ନିକଟରେ ବନ୍ଧ ପାଇଁ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଛନ୍ତି। ତେବେ ଏହି ସମସ୍ୟାର ସମାଧାନ ହେଉନାହିଁ। ପରିବେଶବିତ ଅଧ୍ୟାପକ କ୍ଷିତୀଶ କୁମାର ସିଂହ କହିଛନ୍ତି, ସମସ୍ୟାର ସମାଧାନ ପାଇଁ ନଦୀ ସଂଯୋଗୀକରଣକୁ ଜିଲାବାସୀ ଅଗ୍ରାଧିକାର ଦେଉଛନ୍ତି। ନଦୀର ସୁମଧୁର ପାଣିକୁ ସମୁଦ୍ରକୁ ନିର୍ଦ୍ଦିଷ୍ଟ ମାତ୍ରାରେ ଛାଡ଼ି ଅବଶିଷ୍ଟକୁ ପାନୀୟ ଓ କ୍ଷେତକୁ ବ୍ୟବହାର ପାଇଁ ରଖିହେବ। ଏଥିପାଇଁ ବିଭିନ୍ନ ସ୍ଥାନରେ କ୍ରିକ୍‌ ବନ୍ଧ ସହ ବନ୍ୟାକୁ ରୋକିବାକୁ ନଦୀବନ୍ଧ ବ୍ୟବସ୍ଥା କରିବାକୁ ପଡ଼ିବ। ଏଥିସହ କ୍ଷେତରୁ ଉଦ୍‌ବୃତ୍ତ ଜଳ ନିଷ୍କାସନ ପାଇଁ ସ୍ବତନ୍ତ୍ର ଯୋଜନା ଆବଶ୍ୟକ। ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଉଦ୍‌ବୃତ୍ତ ଜଳର ନିଷ୍କାସନ ସହ ବନ୍ୟା ସମସ୍ୟାର ସମାଧାନ ହେବା ଆବଶ୍ୟକ। ଏଥିପାଇଁ ଗତ ବୈଠକରେ ପ୍ରଶାସନିକ ସ୍ତରରେ ଆଲୋଚନା ହୋଇଛି। ନଦୀବନ୍ଧ ସୁଦୃଢ଼ୀକରଣ ସହିତ ଉଦ୍‌ବୃତ୍ତ ଜଳ ନିଷ୍କାସନକୁ ଗୁରୁତ୍ୱ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri