ଅନୁଦାନ ସତ୍ତ୍ୱେ ନଦୀବନ୍ଧ ସୁଦୃଢ଼ ହେଉନି

କେନ୍ଦ୍ରାପଡ଼ା ଅଫିସ, ୨୩ା୫: ଆଗକୁ ବର୍ଷାଋତୁ ଆସୁଛି। ଏହାର ପ୍ରଭାବରେ ହେଉଥିବା ବନ୍ୟା ମୁକାବିଲା ପାଇଁ କେନ୍ଦ୍ରାପଡ଼ାରେ ଜିଲାସ୍ତରୀୟ ବୈଠକ ନିକଟରେ ହୋଇଯାଇଛି। ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଇ ଦେଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି। ଗରଦପୁର ବ୍ଲକ ଅଞ୍ଚଳର ସର୍ବାଧିକ କ୍ଷୟକ୍ଷତି ହେଉଥିବା ବେଳେ ଫସଲ, ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। ନଦୀବନ୍ଧ ସୁଦୃଢ଼ ନ ଥିବାରୁ ଆଳି ବ୍ଲକର ୧୬ ପଞ୍ଚାୟତ, ପଟ୍ଟାମୁଣ୍ଡାଇର ୧୪, ରାଜନଗରର ୪, ମାର୍ଶାଘାଇର ୯, ଡେରାବିଶର ୨, ମହାକାଳପଡ଼ାର ୯ ଓ ଗରଦପୁର ବ୍ଲକ ଅଞ୍ଚଳରେ ବନ୍ୟାଜଳ ମାଡ଼ିଯାଉଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ କହିଛନ୍ତି, ବର୍ଷାଋତୁରେ କେନ୍ଦ୍ରାପଡ଼ା ଜିଲାରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ବ୍ୟବସ୍ଥା ଏକ ବଡ଼ ସମସ୍ୟା ହୋଇଛି। ଜିଲାରେ ୭ ନଦୀ ଓ ୨୭ ଶାଖା ନାଳ ରହିଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ନଦୀରେ ସାମାନ୍ୟ ଅଧିକ ପାଣି ଜିଲାର ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ନଦୀବନ୍ଧର ସୁଦୃଢ଼ୀକରଣ ସହ ନିଷ୍କାସନ ପଥ ବର୍ଷାଋତୁ ପୂର୍ବରୁ ସଫା ରଖିବା ଆବଶ୍ୟକ। ଇତିମଧ୍ୟରେ କେନ୍ଦ୍ରାପଡ଼ା ଜିଲା ମାନ୍ୟତାକୁ ୩୦ ବର୍ଷ ବିତିଛି। ବନ୍ୟାଜଳ ନିଷ୍କାସନ ପାଇଁ ଅଦ୍ୟାବଧି କୌଣସି ଯୋଜନା କାର୍ଯ୍ୟକାରୀ ହୋଇନାହିଁ। ମହାକାଳପଡ଼ାର ସୂର୍ଯ୍ୟପ୍ରକାଶ ପାଣି କହିଛନ୍ତି, ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ବର୍ଷା ଅଧିକ ହେଲେ ଜିଲାର ୧୬୦ ଗ୍ରାମରେ ବନ୍ୟାଜଳ ପ୍ରବେଶ କରୁଛି। ବିଶେଷଭାବେ ରାଜକନିକା ଓ ଆଳି ବ୍ଲକ ଅଞ୍ଚଳର ସର୍ବାଧିକ ୫୦ ଗଁା ବନ୍ୟା ଯୋଗୁ ପ୍ରଭାବିତ ହେଉଛନ୍ତି। ସେହିପରି ରାଜନଗରର ୩୪ ଗଁା, ପଟ୍ଟାମୁଣ୍ଡାଇର ୨୫ ଗଁା ବନ୍ୟା ଘେରରେ ରହୁଥିବା ବେଳେ ମହାକାଳପଡ଼ା, ମାର୍ଶାଘାଇ, ଡେରାବିଶ, ଗରଦପୁର ବ୍ଲକ ଅଞ୍ଚଳର କେତେକ ଗ୍ରାମ ପ୍ରଭାବିତ ହେଉଛି। ଅତ୍ୟଧିକ ବନ୍ୟା ଆସିଲେ ଗରଦପୁର ବ୍ଲକ ଅଞ୍ଚଳର ୫ ଗଁାର ଜନଜୀବନକୁ ବ୍ୟତିବ୍ୟସ୍ତ କରି ପକାଉଛି। ଚାଷ ଉଜୁଡ଼ିବା ସହ ଅନେକ ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। ନଦୀ ଶଯ୍ୟା ଖନନ, ବନ୍ଧବାଡ଼ର ମରାମତି ସହ ନୂତନ ବନ୍ଧର ଆବଶ୍ୟକତା ଅଛି। ସାମାଜିକ କର୍ମୀ ବିଭୂତି ଭୂଷଣ ରାଉତ କହିଛନ୍ତି, ଗୋବରୀ ନଦୀରେ ବନ୍ଧ ନାହିଁ। ଏହି ନଦୀ କୂଳରେ ଘର ଓ ଗ୍ରାମ ରହିଛି। ବର୍ଷାଋତୁରେ ନଦୀରୁ ପାଣି ଉଛୁଳି ଘରେ ପଶୁଛି। କୁମ୍ଭୀର ଭୟ ଥିବାରୁ ଗ୍ରାମବାସୀ ସର୍ବଦା ଭୟଭୀତ ଅବସ୍ଥାରେ ରହିଥାନ୍ତି। ଏ ନେଇ ସ୍ଥାନୀୟ ଅଧିବାସୀ ଜିଲା ପ୍ରଶାସନ ନିକଟରେ ବନ୍ଧ ପାଇଁ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଛନ୍ତି। ତେବେ ଏହି ସମସ୍ୟାର ସମାଧାନ ହେଉନାହିଁ। ପରିବେଶବିତ ଅଧ୍ୟାପକ କ୍ଷିତୀଶ କୁମାର ସିଂହ କହିଛନ୍ତି, ସମସ୍ୟାର ସମାଧାନ ପାଇଁ ନଦୀ ସଂଯୋଗୀକରଣକୁ ଜିଲାବାସୀ ଅଗ୍ରାଧିକାର ଦେଉଛନ୍ତି। ନଦୀର ସୁମଧୁର ପାଣିକୁ ସମୁଦ୍ରକୁ ନିର୍ଦ୍ଦିଷ୍ଟ ମାତ୍ରାରେ ଛାଡ଼ି ଅବଶିଷ୍ଟକୁ ପାନୀୟ ଓ କ୍ଷେତକୁ ବ୍ୟବହାର ପାଇଁ ରଖିହେବ। ଏଥିପାଇଁ ବିଭିନ୍ନ ସ୍ଥାନରେ କ୍ରିକ୍‌ ବନ୍ଧ ସହ ବନ୍ୟାକୁ ରୋକିବାକୁ ନଦୀବନ୍ଧ ବ୍ୟବସ୍ଥା କରିବାକୁ ପଡ଼ିବ। ଏଥିସହ କ୍ଷେତରୁ ଉଦ୍‌ବୃତ୍ତ ଜଳ ନିଷ୍କାସନ ପାଇଁ ସ୍ବତନ୍ତ୍ର ଯୋଜନା ଆବଶ୍ୟକ। ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଉଦ୍‌ବୃତ୍ତ ଜଳର ନିଷ୍କାସନ ସହ ବନ୍ୟା ସମସ୍ୟାର ସମାଧାନ ହେବା ଆବଶ୍ୟକ। ଏଥିପାଇଁ ଗତ ବୈଠକରେ ପ୍ରଶାସନିକ ସ୍ତରରେ ଆଲୋଚନା ହୋଇଛି। ନଦୀବନ୍ଧ ସୁଦୃଢ଼ୀକରଣ ସହିତ ଉଦ୍‌ବୃତ୍ତ ଜଳ ନିଷ୍କାସନକୁ ଗୁରୁତ୍ୱ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?