ତାତିକୁ ଖାତିର ନ କରି ଚାଲିଛି ପ୍ରଚାର

ଝାରସୁଗୁଡ଼ା ଅଫିସ,୨୧।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ୧୦ଦିନ ବାକି ରହିଲା। ଏହାକୁ ଦୃଷ୍ଟିରେ ରଖି ପ୍ରାର୍ଥୀମାନେ ପ୍ରଚାରକୁ ଜୋର୍‌ଦାର କରିଛନ୍ତି। ଖରାକୁ ଖାତିର ନ କରି ଦଳୀୟ ସମର୍ଥକଙ୍କୁ ସାଙ୍ଗରେ ଧରି ଗାଁକୁ ଗାଁ ବୁଲୁଛନ୍ତି। ଏଥିରେ ପ୍ରମୁଖ ୪ ରାଜନୈତିକ ଦଳ ବିଜେଡି, ଭାଜପା, କଂଗ୍ରେସ ଓ ସିପିଆଇ ଆଗରେ ରହିଛନ୍ତି।
ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ଦଳର ହେଭିଓ୍ବେଟ୍‌ ନେତା ଓ କର୍ମୀମାନଙ୍କ ସହ ସଭାସମିତି ମାଧ୍ୟମରେ ପ୍ରଚାର ଚଳାଇଛନ୍ତି। ସେ ତାଙ୍କ ସ୍ବାମୀ ତଥା ପୂର୍ବତନ ବିଧାୟକ ସ୍ବର୍ଗତ କିଶୋର ମହାନ୍ତିଙ୍କ ଅଧୁରା ସ୍ବପ୍ନକୁ ସାକାର କରିବା ପାଇଁ ଅଞ୍ଚଳବାସୀଙ୍କ ସହଯୋଗରେ ଚେଷ୍ଟା କରିବେ ବୋଲି ଲୋକଙ୍କୁ କଥା ଦେଇ ନିଜ ସପକ୍ଷରେ ଭୋଟ୍‌ ଭିକ୍ଷା କରୁଛନ୍ତି। ସେହିପରି ଭାଜପା ପ୍ରାର୍ଥିନୀ ତଥା ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଦଳର ଏମ୍‌ପି, ବିଧାୟକଙ୍କୁ ସାଙ୍ଗରେ ଧରି କେନ୍ଦ୍ର ସରକାରଙ୍କ ବହୁମୁଖୀ ଯୋଜନା ନେଇ ପ୍ରଚାର କରୁଛନ୍ତି। ସେ ବିଧାୟିକା ଥିବା ସମୟରେ ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ କରିଥିବାବେଳେ ଏବଂ ଏହି ଉପନିର୍ବାଚନରେ ବିଜୟୀ ହେଲେ ବାକି ଥିବା ବିକାଶ କାର୍ଯ୍ୟ କରିବେ ବୋଲି ଭୋଟରଙ୍କୁ ପ୍ରତିଶ୍ରୁତି ଦେଉଛନ୍ତି। କଂଗ୍ରେସ ପ୍ରାର୍ଥୀ ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲ ଦଳର ବରିଷ୍ଠ ନେତୃବୃନ୍ଦ ଓ ଦଳୀୟ କର୍ମୀଙ୍କୁ ସାଙ୍ଗରେ ଧରି ସହରଠୁ ଗାଁ ପର୍ଯ୍ୟନ୍ତ ପ୍ରଚାର ଚଳାଇଛନ୍ତି। ସେ ଭୋଟରଙ୍କୁ ଭେଟି ଏହି ନିର୍ବାଚନମଣ୍ଡଳୀ କଂଗ୍ରେସର ଗଡ଼ ରହିଥିଲା, କଂଗ୍ରେସ ଶାସନ ସମୟରେ ଅଞ୍ଚଳର ବହୁ ଉନ୍ନୟନମୂଳକ କାର୍ଯ୍ୟ ହୋଇଛି। ଅଣକଂଗ୍ରେସ ପ୍ରାର୍ଥୀ ବିଜୟୀ ହେଲାପରେ ଯେଉଁ ହିସାବରେ ବିକାଶ ହେବା କଥା ତାହା ହୋଇପାରୁନାହିଁ। ଏଥିପାଇଁ ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସମାଲୋଚନା କରିବାକୁ ପଛାଉନାହାନ୍ତି। ଚଳିତ ଉପନିର୍ବାଚନରେ ତାଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କଲେ ଏ ଅଞ୍ଚଳରେ ଆଶାନୁରୂପକ ବିକାଶ ହେବ ବୋଲି ପ୍ରତିଶ୍ରୁତି ଦେଉଥିବା ଦେଖିବାକୁ ମିଳୁଛି। ସେହିପରି ସିପିଆଇ ପ୍ରାର୍ଥୀ ରମେଶ ତ୍ରିପାଠୀ ତାଙ୍କ ଦଳବଳ ଧରି ପ୍ରଚାର କରୁଥିବାବେଳେ ସିପିଆଇର ବରିଷ୍ଠ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ପ୍ରସନ୍ନ ପଣ୍ଡା ଏଠାରୁ ୬ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏଠାରେ ବହୁ ପ୍ରସନ୍ନପ୍ରେମୀ ଭୋଟର ରହିଛନ୍ତି। ପୁଣି ଏଠାରେ ଲୋକେ ସିପିଆଇ ପ୍ରତି ଆଗ୍ରହ ପ୍ରକାଶ କରୁଥିବା କହିଛନ୍ତି। ଏମାନଙ୍କ ବ୍ୟତୀତ ସ୍ବାଧୀନ ପ୍ରାର୍ଥୀମାନେ ଦଳୀୟ ପ୍ରାର୍ଥୀଙ୍କ ଅପାରଗତାକୁ ନେଇ ଭୋଟରଙ୍କ ନିକଟରେ ପହଞ୍ଚୁଛନ୍ତି। ଅଞ୍ଚଳର କେତେକ ମୌଳିକ ସମସ୍ୟାକୁ ପ୍ରସଙ୍ଗ କରି ଲୋକଙ୍କୁ ଭୋଟ୍‌ ଭିକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?